ଦୁଇ ଶିକ୍ଷକଙ୍କ ଘରୁ ଚୋରି

ପାଟଣା : କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ଖିରେଇଟାଙ୍ଗିରୀ ଗ୍ରାମର ଦୁଇ ଜଣ ଶିକ୍ଷକଙ୍କ ଘରୁ ଶୁକ୍ରବାର ବିଳମ୍ବିତ ରାତିରେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଚୋରି ହୋଇଥିବା ଜଣାପଡିଛି। ଏ ନେଇ ତୁରୁମୁଙ୍ଗା ଥାନାରେ ଉଭୟ ଶିକ୍ଷକଙ୍କ ପକ୍ଷରୁ ଅଭିଯୋଗ ହୋଇଛି ।

ଅଭିଯୋଗ ଅନୁଯାୟୀ, ତୁରୁମୁଙ୍ଗା ଥାନା ଖିରେଇଟାଙ୍ଗିରୀ ଗ୍ରାମର ଦୁଇ ଶିକ୍ଷକ ଜଗବନ୍ଧୁ ନାଏକ ଓ ନିତ୍ୟାନନ୍ଦ ମହାନ୍ତଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ଗ୍ରୀଲ ଭାଙ୍ଗି ଘରର କବାଟ ଝରକା ତାଡି ଲକ୍ଷାଧିକ ଟଙ୍କାର ସୁନା ଗହଣା ଓ ନଗଦ ଟଙ୍କା ଲୁଟିନେଇ ଥିବା ଅଭିଯୋଗ ହୋଇଛି। ଘଟଣା ସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଞ୍ଚି ଘଟଣାର ଛାନ୍‌ଭିନ୍ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ।

Comments are closed.