www.samajalive.in
Sunday, December 7, 2025
14.1 C
Bhubaneswar

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବରିଷ୍ଠ କିରାଣୀ

ହରଭଙ୍ଗା : ବୌଦ୍ଧ ଜିଲାରେ ହରଭଙ୍ଗା ଗୋଷ୍ଠୀ ଶିକ୍ଷା ଅଧିକାରୀ ବିଭାଗର ବରିଷ୍ଠ କିରାଣୀ ଚର୍ତୁଭୁଜ ଖମାରୀ ଲାଞ୍ଚ ନେବା ସମୟରେ ବୁଧବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ୫ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ବୌଦ୍ଧ-ଫୁଲବାଣୀ ଭିଜିଲାନ୍ସ ଟିମ ମିଳିତ ଭାବେ ଚଢାଉ କରି ଧରିଥିବା ଜଣାପଡ଼ିଛି।

ସୂଚନା ଯୋଗ୍ୟ, ନର୍ମଦା ଶାମୁକିଆଙ୍କ ସ୍ୱାମୀ ପ୍ରସନ୍ନ କୁମାର ଶାମୁକିଆଙ୍କ ମୃତ୍ୟୁ ପରେ ତାଙ୍କ ପେନସନ ଟଙ୍କା ରିଲିଜ ପାଇଁ ନର୍ମଦା ଶାମୁକିଆଙ୍କ ଶାଶୁ କୌଶଲିଆ ଶାମୁକିଆଙ୍କ ଠାରୁ ସେ ଲାଞ୍ଚ ନେଉଥିଲେ। ନର୍ମଦାଙ୍କ ଘର ହରଭଙ୍ଗା ଥାନା କୁସନ ପଞ୍ଚାୟତ ଅନ୍ତର୍ଗତ ଭାବପୁର। ବର୍ତ୍ତମାନ ଚର୍ତୁଭୁଜ ଖମାରୀଙ୍କ ବାସଭବନରେ ଚଢାଉ ଜାରି ରହିଥିବା ଜଣାପଡ଼ିଛି। ଚଢାଉ ଜାରୀ ରହିଥିବାରୁ ଅଧିକ ଖବର ହସ୍ତଗତ ହୋଇପାରି ନାହିଁ।

Hot this week

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

Related Articles

Popular Categories