www.samajalive.in
Tuesday, December 9, 2025
16.1 C
Bhubaneswar

କଲ୍ୟାଣପୁର ପଞ୍ଚାୟତର ସରପଞ୍ଚଙ୍କ ନିଲମ୍ବିତ ଘଟଣା ; ଥାନା ସମ୍ମୁଖରେ ବିଜେପି ମହିଳା ମୋର୍ଚ୍ଚାର ଧାରଣା

ଯାଜପୁର : ଯାଜପୁର ଜିଲା ବିଂଝାରପୁର ଥାନା ସମ୍ମୁଖରେ ପୁଲିସ ଜୁଲମ ପ୍ରତିବାଦରେ ଥାନା ସମ୍ମୁଖରେ ବିଜେପି ମହିଳା ମୋର୍ଚ୍ଚାର ଧାରଣା ଦେଇଛି । ପୁଲିସ ପ୍ରକୃତ ଅଭିଯୁକ୍ତଙ୍କୁ ଘଣ୍ଟ ଘୋଡାଉଥିବା ବେଳେ ନିରିହ ଜନତାଙ୍କୁ ଗିରଫ କରିବା ସହ ମିଛ ଦଫା ଲଗାଇ କୋର୍ଟ ଚାଲାଣ କରୁଛି ବୋଲି ବିଜେପି ମହିଳା ମୋର୍ଚ୍ଚା କହିଛି ।

ସୂଚନା ଅନୁଯାୟୀ, ସରକାରୀ ଦଳର ଚାଟୁକାର ସାଜି ଗତ ୨ତାରିଖରେ ବିଂଝାରପୁର ବ୍ଲକ କଲ୍ୟାଣପୁର ପଞ୍ଚାୟତର ନିଲମ୍ବିତ ସରପଞ୍ଚଙ୍କ ସ୍ୱାମୀଙ୍କୁ ପୁଲିସ ଆକ୍ରୋସମୁଳକ ଭାବେ ଗିରଫ କରିବା ସହ ତାଙ୍କ ବିରୁଦ୍ଧରେ ମିଛ ଦଫା ଲଗାଇ କୋର୍ଟ ଚାଲାଣ କରିଥିଲା। ଏହି ଘଟଣାକୁ ଆଜି ବିଜେପି ମହିଳା ମୋର୍ଚ୍ଚା ତିବ୍ରନିନ୍ଦା କରିଥିଲା। ପ୍ରକୃତ ଦୋଷୀଙ୍କ ବିରୁଦ୍ଧରେ ପୁଲିସ କାର୍ୟ୍ୟାନୁଷ୍ଠାନ କରିବାର ପ୍ରତିଶୃତି ଦେବା ସହ ସପ୍ତାହ ମଧ୍ୟରେ ଏହା କାର୍ଯ୍ୟକାରୀ ନ କଲେ ଆନ୍ଦୋଳନ ତିବ୍ରତର କରାଯିବ ବୋଲି ବିଜେପି ପକ୍ଷରୁ ଚେତାବନୀ ଦିଆଯାଇଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories