ଭୁବନେଶ୍ୱର: ଶ୍ରୀମନ୍ଦିର ପରେ ଲିଙ୍ଗରାଜ ମନ୍ଦିର ପରିସରର ଉନ୍ନତିକରଣ ପାଇଁ ରାଜ୍ୟ ସରକାର ଯୋଜନା କରିଛନ୍ତି। ଏଥିପାଇଁ ସୋମବାର ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରେ ଉଚ୍ଛେଦ ପ୍ରକ୍ରିୟା କାର୍ଯ୍ୟ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ଲିଙ୍ଗରାଜ ମନ୍ଦିର ସିଂହଦ୍ୱାରରୁ ଭଜନ ମଣ୍ଡପ ପର୍ଯ୍ୟନ୍ତ ଏବଂ ସିଂହଦ୍ୱାରରୁ ସବଷ୍ଟେସନ ପର୍ଯ୍ୟନ୍ତ ଜବରଦଖଲ ଉଚ୍ଛେଦ କରାଯିବ। ଉଚ୍ଛେଦ ସମୟରେ ବିଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା କରାଯାଇ ଘଟଣାସ୍ଥଳରେ ୩ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯାଇଛି। ଅନ୍ୟ ପକ୍ଷରେ ଏହି ଉଚ୍ଛେଦ ପ୍ରକ୍ରିୟାକୁ ବ୍ୟବସାୟୀ ସଂଘ ପକ୍ଷରୁ ବିରୋଧ କରାଯାଇଛି। ଉଚ୍ଛେଦ ପୂର୍ବରୁ ଉଠା ଦୋକାନୀଗୁଡିକୁ ଥଇଥାନ କରିବା ପାଇଁ ସଂଘ ପକ୍ଷରୁ ଦାବି କରାଯାଇଛି।
Popular Categories



