www.samajalive.in
Sunday, December 14, 2025
14.1 C
Bhubaneswar

୩୭ତମ ଜିଲାସ୍ତରୀୟ ବିଜ୍ଞାନ ଭିତ୍ତିକ ପ୍ରଦର୍ଶନୀ ଉଦ୍‌ଯାପିତ

ଯାଜପୁର: ଯାଜପୁର ବିରଜା ବିଦ୍ୟାଳୟ ପରିସରରେ ୩୭ତମ ଜିଲାସ୍ତରୀୟ ବିଜ୍ଞାନ, ପରିବେଶ ଓ ଗଣିତ ପ୍ରକଳ୍ପ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି। ବୁଧବାର ଏହି ପ୍ରଦର୍ଶନୀ ମେଳାର ଉଦଯାପନୀ ଉତ୍ସବରେ ଜିଲା ଶିକ୍ଷାଧିକାରୀ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟ ଅତିଥି ଓ ସମଗ୍ର ଶିକ୍ଷା ଅଭିଯାନର ଜିଲା ପ୍ରକଳ୍ପ ସଂଯୋଜକ ବିଷ୍ଣୁଚରଣ ସୂତାର ମୁଖ୍ୟ ବକ୍ତା ଭାବେ ଯୋଗ ଦେଇ ବର୍ତ୍ତମାନ ସମୟରେ ବିଜ୍ଞାନର ଆବଶ୍ୟକତା ଓ ଏହାର ଉପକାରିତା ସମ୍ପର୍କରେ ଆଲୋଚନା କରିଥିଲେ।

ଅନ୍ୟତମ ଅତିଥି ଭାବେ ଯାଜପୁର ବିଇଓ ସ୍ମୃତିରେଖା ନାୟକ, ଦଶରଥପୁର ବିଇଓ ଗୟାଧର ନନ୍ଦ, ଦାନଗଦି ବିଇଓ ବଳରାମ ନାୟକ ପ୍ରମୁଖ ଯୋଗ ଦେଇ ପ୍ରତ୍ୟେକ ଜିନିଷକୁ ବୈଜ୍ଞାନିକ ଦୃଷ୍ଟିକୋଣରେ ଦେଖିବାକୁ ପରାମର୍ଶ ଦେଇଥିଲେ। ଏହି ମେଳାରେ ଜିଲାର ବିଭିନ୍ନ ବିଦ୍ୟାଳୟର ୧୦୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ସେମାନଙ୍କର ମଡେଲ ପ୍ରଦର୍ଶିତ କରିଥିଲେ। ବିଜ୍ଞାନ ସମ୍ପର୍କରେ ଜାଣିବା ସହିତ ବୈଜ୍ଞାନିକମାନଙ୍କର ଜୀବନୀ ସମ୍ପର୍କରେ ମଧ୍ୟ ଆଲୋଚନା କରାଯାଇଥିଲା। ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ କୃତୀତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। ଏହି ପ୍ରଦର୍ଶନୀରେ ୪ଟି ବିଭାଗରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀଙ୍କୁ ରାଜ୍ୟସ୍ତରୀୟ ପ୍ରତିଯୋଗୀତାରେ ସାମିଲ ହେବାର ସୁଯୋଗ ମିଳିବ।

Hot this week

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

ଜିଲାପାଳଙ୍କୁ ମୁଣ୍ଡିଆ ମାରି ଧାନ କିଣିବାକୁ ଗୁହାରି

ପଦ୍ମପୁର : ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ପଦ୍ମପୁର ଉପଖଣ୍ଡ ଚାଷୀଙ୍କ ଅସନ୍ତୋଷର...

ସାପ୍ତାହିକ ରାଶିଫଳ: ଏହି ଦୁଇ ରାଶି ସତର୍କ ରୁହନ୍ତୁ

ମେଷ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ନୂତନ କାର୍ଯ୍ୟ ପାଇଁ...

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

Related Articles

Popular Categories