www.samajalive.in
Monday, December 15, 2025
14.1 C
Bhubaneswar

ବନ୍ଧୁକ ଦେଖାଇ ପେଟ୍ରୋଲ ପମ୍ପରୁ ଲୁଟ ଅଭିଯୋଗ

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ୫ ନମ୍ବର ଜାତୀୟ ରାଜପଥର ହଜାରୀ ଛକ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରୁ ଲୁଟ ହୋଇଛି। ଏନେଇ ମାର୍ଶାଘାଇ ଥାନାରେ ଏକ ମାମଲା ରୁଜୁ ହୋଇଛି। ସୂଚନା ଯୋଗ୍ୟ, ଗୁରୁବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ପେଟ୍ରୋଲ ପମ୍ପର କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଭୟଭୀତ କରି ଓ ମାଡ଼ ମାରି ସେମାନଙ୍କ ଠାରୁ ଲୁଟ କରିଛନ୍ତି। କେତେ ଟଙ୍କା ଲୁଟ ହୋଇଛି ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories