www.samajalive.in
Saturday, December 6, 2025
16.1 C
Bhubaneswar

ଭିଜା ଭିଜା ପାଗରେ କଟିବ ବଡଦିନ

ଭୁବନେଶ୍ୱର: ଏଥର ଭିଜା ଭିଜା ପାଗରେ ଓଡିଶାବାସୀ ବଡଦିନ ପାଳନ କରିବେ। ରାଜ୍ୟରେ ଶୀତ ଲହରି ଜାରି ରହିଥିବା ବେଳେ ଆସନ୍ତାକଲିରୁ ରାଜ୍ୟରେ ସମାନ୍ୟ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୫ ଓ ୨୬ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡିଶାରେ ସ୍ବଳ୍ପ ପରିମାଣରେ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

ଏହି ଦୁଇ ଦିନ ମଧ୍ୟରେ ସୁନ୍ଦରଗଡ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ସମ୍ବଲପୁର, ଢେଙ୍କାନାଳ, ଅନୁଗୁଳ, ଯାଜପୁର ଏବଂ କଟକ ଜିଲାରେ ଅଳ୍ପ ପରିମାଣରେ ବର୍ଷା ହୋଇପାରେ। ଡିସେମ୍ବର ୨୬ ଓ ୨୭ରେ କନ୍ଧମାଳ, ଗଜପତି, ମାଲକାନଗିରି ଓ କୋରାପୁଟରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ବଡ ଦିନ ଅବସରରେ ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର ଗୋଟିଏ ବା ଦୁଇଟି ସ୍ଥାନରେ ଝିପିଝିପି ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories