www.samajalive.in
Sunday, December 7, 2025
14.1 C
Bhubaneswar

ସ୍କୁଲ୍ ଛାତ୍ରଛାତ୍ରୀଙ୍କୁ ଗାଡ଼ି ମନା

ଭୁବନେଶ୍ବର: କମ୍ ବୟସ୍କ ଛାତ୍ରଛାତ୍ରୀମାନେ ଏଣିକି ସ୍କୁଲକୁ ଗାଡ଼ି ନେଇ ଆସି ପାରିବେ ନାହିଁ। ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବୁଧବାର ଏନେଇ କଡ଼ା ନିର୍ଦ୍ଦେଶନାମା ଜାରି କରାଯାଇଛି। ନିର୍ଦ୍ଦେଶନାମା ଅନୁସାରେ, ୧୮ ବର୍ଷରୁ କମ୍ ବୟସର ଛାତ୍ରଛାତ୍ରୀ ସ୍କୁଲକୁ ଗାଡ଼ି ନେଇ ଆସି ପାରିବେ ନାହିଁ। ଏନେଇ ନିର୍ଦ୍ଦେଶାଳୟର ଉପନିର୍ଦ୍ଦେଶକ ରାଜ୍ୟର ସମସ୍ତ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କୁ ଚିଠି ଲେଖିଛନ୍ତି। ନୂଆ ଟ୍ରାଫିକ୍ ନିୟମ ଲାଗୁ ହେବା ପରେ ଏହାକୁ କଡ଼ାକଡ଼ି ଭାବେ ପାଳନ କରିବା ସହ ଛାତ୍ରଛାତ୍ରୀ ଯେପରି ଏ ଦିଗରେ ସଚେତନ ହେବେ ସେ ନେଇ ଚିଠିରେ ଉଲ୍ଲେଖ ରହିଛି ।
ଏହା ସହିତ ସ୍କୁଲ ବସ୍ ନୀତିକୁ ମଧ୍ୟ କଡ଼ାକଡ଼ି ପାଳନ କରିବାକୁ ଏଥିରେ ଉଲ୍ଲେଖ କରାଯାଇଛି। ସ୍କୁଲକୁ ଛାତ୍ରଛାତ୍ରୀଙ୍କୁ ଆଣି ଆସୁଥିବା ୩ ଚକିଆ ଗାଡ଼ି ଯେଭଳି କ୍ଷମତାଠାରୁ ଅଧିକ ପରିବହନ କରିବେ ନାହିଁ ତଥା ସଡ଼କ ସୁରକ୍ଷା ନିୟମକୁ କଡ଼ାକଡ଼ି ପାଳନ କରିବେ ସେ ଦିଗରେ ଦୃଷ୍ଟି ଦେବାକୁ କୁହାଯାଇଛି। ଏ ସମସ୍ତ ନିୟମକୁ କେହି ଉଲ୍ଲଂଘନ କଲେ ତୁରନ୍ତ ସ୍ଥାନୀୟ ଆରଟିଓଙ୍କୁ ସୂଚନା ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories