www.samajalive.in
Saturday, December 13, 2025
23.1 C
Bhubaneswar

ଆଜି କଂଗ୍ରେସର ୧୩୫ତମ ପ୍ରତିଷ୍ଠା ଦିବସ: ଦିଲ୍ଲୀରେ ତ୍ରିରଙ୍ଗା ଉତ୍ତୋଳନ କଲେ ସୋନିଆ, ପ୍ରତି ରାଜ୍ୟରେ ଭାରତ ବଞ୍ଚାଅ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ: ଶନିବାର କଂଗ୍ରେସର ୧୩୫ତମ ପ୍ରତିଷ୍ଠା ଦିବସ। ଏହି ଅବସରରେ ଦିଲ୍ଲୀସ୍ଥିତ ଅଖିଳ ଭାରତୀୟ କଂଗ୍ରେସ କମିଟି(ଏଆଇସିସି) କାର୍ଯ୍ୟାଳୟରେ କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। କଂଗ୍ରେସର ବହୁ ବରିଷ୍ଠ ନେତା ଉପସ୍ଥିତ ରହିଥିଲେ।

ପ୍ରତିଷ୍ଠା ଦିବସରେ ଦଳ ନାଗରିକତା ସଂଶୋଧନ ଆଇନ(ସିଏଏ) ବିରୋଧରେ ସମସ୍ତ ରାଜ୍ୟର ରାଜଧାନୀରେ ସମ୍ବିଧାନ ବଞ୍ଚାଅ, ଭାରତ ବଞ୍ଚାଅ ଶୋଭାଯାତ୍ରା ଆୟୋଜନ କରିବ। କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଦିଲ୍ଲୀରେ, ରାହୁଲ ଗାନ୍ଧୀ ଆସାମରେ ଏବଂ ଦଳର ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଉତ୍ତର ପ୍ରଦେଶରେ ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ ହେବେ।

- Advertisement -

ଦିଲ୍ଲୀରେ ଭାରତ ବଞ୍ଚାଅ କାର୍ଯ୍ୟକ୍ରମରେ ଦଳକୁ ସଫଳତା ମିଳିଥିବାରୁ ସବୁ ରାଜ୍ୟରେ ଏହାର ଆୟୋଜନ ପାଇଁ ଦଳ ନିଷ୍ପତ୍ତି ନେଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ଵାଧୀନ ଏନଡିଏ ସରକାରର ଜନବିରୋଧୀ ନୀତିଗୁଡ଼ିକୁ ଏହି କାର୍ଯ୍ୟକ୍ରମରେ ବିରୋଧ କରାଯିବ। ରାହୁଲ ଟ୍ବିଟ୍‌ କରି ଲେଖିଛନ୍ତି ଯେ, ଆଜି କଂଗ୍ରେସର ୧୩୫ତମ ପ୍ରତିଷ୍ଠା ଦିବସ। ମୁଁ ଏଆଇସିସି କାର୍ଯ୍ୟାଳୟରେ ଧ୍ଵଜାରୋହଣ ସମାରୋହରେ ଅଂଶଗ୍ରହଣ କରିବି। ଏହା ପରେ ଆସାମର ଗୁଆହାଟୀରେ ଏକ ରାଲିରେ ସମ୍ବୋଧିତ କରିବେ। ପ୍ରତିଷ୍ଠା ଦିବସରେ ଆମେ ଲକ୍ଷ ଲକ୍ଷ କଂଗ୍ରେସ କାର୍ଯ୍ୟକର୍ତ୍ତାଙ୍କ ନିସ୍ବାର୍ଥପର ଯୋଗଦାନକୁ ସ୍ବୀକାର କରୁଛୁ।

Hot this week

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

Related Articles

Popular Categories