www.samajalive.in
Sunday, December 14, 2025
26.1 C
Bhubaneswar

୨୦୨୦ରେ ପୁଲିସ ହେବ ଲୋକଙ୍କ ନିକଟତର – ଅଭୟ

କଟକ: ଓଡିଶା ପୋଲିସ ଯେପରି ଲୋକଙ୍କ ନିକଟତର ହୋଇପାରିବ ସେ ଦିଗରେ ନୂଆବର୍ଷରୁ ବିଭାଗ ଆବଶ୍ୟକ ପଦକ୍ଷେପ ନେବ ବୋଲି ପୋଲିସ ମହାନିର୍ଦ୍ଦେଶକ ଅଭୟ କହିଛନ୍ତି। ମଙ୍ଗଳବାର କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟାଳୟରେ ସେ ସାମ୍ବାଦିକମାନଙ୍କୁ କହିଛନ୍ତି ଯେ, ତଦନ୍ତ ପ୍ରକ୍ରିୟାରେ ଅଧିକ ବୈଷୟିକ ଜ୍ଞାନ କୌଶଳ ବ୍ୟବହାର ନେଇ ଗୁରୁତ୍ୱ ଦିଆଯିବ। ସେହିପରି ମହିଳା ଓ ଶିଶୁଙ୍କ ସୁରକ୍ଷା କ୍ଷେତ୍ରରେ କିପରି ଅଧିକ ଯତ୍ନବାନ ହେବେ ଏ ଦିଗରେ ସେ ପଦକ୍ଷେପ ଗ୍ରହଣ କରିବେ। ଆସନ୍ତାକାଲି ନବବର୍ଷ ଓ ଡିସେମ୍ବର ୩୧ରେ ଉତ୍ସବ ପାଳନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଶାନ୍ତିଶୃଙ୍ଖଳା ବଜାୟ ରଖିବାକୁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି। ବିଶେଷକରି ନୂଆବର୍ଷରେ ଜଗନ୍ନାଥଙ୍କ ଦର୍ଶନ ରାଜ୍ୟ ତଥା ରାଜ୍ୟ ବାହାରୁ ପୁରୀରେ ବହୁ ଶ୍ରଦ୍ଧାଳୁଙ୍କ ଭିଡ ଜମି ଥାଏ। ସେ ଦୃଷ୍ଟିରୁ ପୁରୀରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି।

ଜନସାଧାରଣ ପୋଲିସ ଏ ଦିଗରେ ସହାୟତା କରିବା ସହ ପୁରୀ ଟ୍ରାଫିକ ପୋଲିସ ନିୟମ ମାନି ଚଳିବାକୁ ସେ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ଏହି ଅବସରରେ ଡିଜି ରାଜ୍ୟବାସୀଙ୍କ ସୁଖ ଶାନ୍ତି କାମନା କରିଛନ୍ତି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories