www.samajalive.in
Monday, December 8, 2025
27.1 C
Bhubaneswar

ବସ ଓ ଟ୍ରକ ମୁହଁମୁହିଁ ଧକ୍କା ; ୨ ମୃତ ୨୮ ରୁ ଅଧିକ ଆହତ

ଭଦ୍ରକ : ଭଦ୍ରକ ଜିଲା ୧୬ ନମ୍ବର ଜାତୀୟ ରାଜପଥର ବନ୍ତ ଛକଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବା ଶୁକ୍ରବାର ସକାଳେ ଜଣାପଡ଼ିଛି। ଏକ ଯାତ୍ରୀବାହୀ ବସ ଓ ଟ୍ରକ ମୁହାଁମୁହିଁ ଧକ୍କା ହୋଇ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୨୮ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ମୃତକ ହେଲେ ବିଶାଖାପାଟନାମର ଇଦୃଶ ବାଶା ସାୟାଦ, ଭଦ୍ରକ ମିର୍ଜାପୁରର ଏସ କେ ନିଜମୁଦ୍ଦିନ। ଆହତଙ୍କ ମଧ୍ୟରେ ୭ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ଜଣାପଡ଼ିଛି। ସମସ୍ତ ଗୁରୁତର କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଥିବା ବେଳେ ଆହତଙ୍କୁ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ସୂଚନା ଯୋଗ୍ୟ, ଦୁର୍ଘଟଣାଗ୍ରସ୍ତ ବସଟି ପ୍ରାୟ ୫୦ ଜଣଙ୍କ ଯାତ୍ରୀଙ୍କୁ ନେଇ ଭଦ୍ରକ ଜିଲାର ଧାମନଗରରୁ ଉତ୍ସ ପର୍ବରୁ ବାସୁଦେବପୁର ଅଭିମୁଖେ ଫେରୁଥିଲା। ମାତ୍ର ବନ୍ତ ଛକଠାରେ ଏକ ଦ୍ରୁତଗାମୀ ଟ୍ରକର ମୁହାଁମୁହିଁ ଧକ୍କା ହୋଇଥିଲା। ଖବର ପାଇ ଅଗ୍ନିଶମ କର୍ମଚାରୀ ଓ ସ୍ଥାନୀୟଲୋକେ ସମସ୍ତ ଆହତ ଓ ଗୁରୁତରଙ୍କୁ ଉଦ୍ଧାର କରିଥିଲେ। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ଦୁର୍ଘଟଣା ପରେ ବହୁ ସମୟ ଯାଏଁ ଜାତୀୟ ରାଜପଥରେ ଗମନାଗମନ ବାଧାପ୍ରାପ୍ତ ହୋଇଥିଲା। ଦୁର୍ଘଟଣା ଖବର ଜାଣିବା ପରେ ମେଡ଼ିକାଲରେ ଜିଲ୍ଲାପାଳ, ଉପଜିଲ୍ଲାପାଳ, ଏସପି ପହଞ୍ଚିଥିଲେ।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories