www.samajalive.in
Sunday, December 14, 2025
23.1 C
Bhubaneswar

ପାସେଞ୍ଜର ଟ୍ରେନ ବଗିରେ ଅଗ୍ନିକାଣ୍ଡ

କେନ୍ଦୁଝର: କେନ୍ଦୁଝର-ଭୁବନେଶ୍ୱର ଫାଷ୍ଟ ପାସେଞ୍ଜର ଟ୍ରେନରେ ଭୟାବହ ଅଗ୍ନିକାଣ୍ଡ ଘଟି ଯାଇଛି । ଟ୍ରେନରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡିଛି । କେନ୍ଦୁଝର ତିଲିକାଧରା ଷ୍ଟେସନ୍‍ ନିକଟରେ ଟ୍ରେନରେ ନିଆଁ ଲାଗିଥିବା ଜଣାପଡିବା ପରେ ରେଳ କର୍ତ୍ତୃପକ୍ଷଙ୍କ ତରଫରୁ ଟ୍ରେନକୁ ଅଟକା ଯାଇଥିଲା। ତୁରନ୍ତ ଘଟଣାସ୍ଥଳରେ ୨ଟି ଦମକଳ ଗାଡ଼ି ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ।

ସୂଚନାଯୋଗ୍ୟ, ସିଆରପିଏଫଙ୍କ ଦ୍ୱାରା ବୁକ୍‍ ହୋଇଥିବା ଲଗେଜ ବଗିରେ ନିଆଁ ଲାଗିଥିଲା । ଉକ୍ତ ଲଗେଜ ବଗିକୁ ଟ୍ରେନରୁ ଅଲଗା କରି ଦିଆଯାଇଛି । ଏଯାବତ୍ ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ ।

- Advertisement -

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories