www.samajalive.in
Monday, December 8, 2025
27.1 C
Bhubaneswar

ଆନ୍ଧ୍ରର ମଞ୍ଜୁଷା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ; ୬ ମୃତ , ୧ ଗୁରୁତର

ଭୁବନେଶ୍ୱର/ ହାଇଦ୍ରାବାଦ: ଆନ୍ଧ୍ରର ମଞ୍ଜୁଷା ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବା ଶନିବାର ଜଣାପଡ଼ିଛି। ଦୁର୍ଘଟଣାରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକମାନେ ତ୍ରିଲୋଚନ ଜେନା, ବନିତା ଜେନା, ଆଦର୍ଶ ଜେନା, ପ୍ରତାପ ଜେନା ଓ ରିତୁ ଜେନା ବୋଲି ଜଣାପଡ଼ିଛି। ଅନ୍ୟ ଜଣଙ୍କ ପରିଚୟ ମିଳିପାରି ନାହିଁ। ସମସ୍ତ ମୃତାହତ ଭୁବନେଶ୍ୱର ଅଞ୍ଚଳର ଓ ଗୋଟିଏ ପରିବାରର ବୋଲି ଆନ୍ଧ୍ର ପୁଲିସ ଠାରୁ ସୂଚନା ମିଳିଛି। ଗୁରୁତର ଜଣଙ୍କୁ ପଲାସା ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ସୀମାଞ୍ଚଳମ୍‍ ଦର୍ଶନ ସାରି ଫେରିବା ବାଟରେ କାରଟି ଭାରସାମ୍ୟ ହରାଇ କଲଭର୍ଟକୁ ପିଟିବା ପରେ କାରଟି ଓଲଟି ପଡ଼ିଥିଲା। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

Related Articles

Popular Categories