www.samajalive.in
Saturday, December 13, 2025
26.1 C
Bhubaneswar

ଶ୍ରୀନଗରରେ ଆତଙ୍କବାଦୀ ଆକ୍ରମଣ, ସିଆରପିଏଫ ଯବାନଙ୍କ ଉପରକୁ ଗ୍ରେନେଡ ମାଡ଼

ଶ୍ରୀନଗର: ଜାମ୍ମୁ-କାଶ୍ମୀରର ଶ୍ରୀନଗରରେ ଶନିବାର ଆତଙ୍କବାଦୀ ଆକ୍ରମଣ ଘଟିଛି। ସିଆରପିଏଫ ଯବାନଙ୍କ ଏକ ପାଟ୍ରୋଲିଂ ଟିମ୍‌ ଉପରକୁ ଆତଙ୍କବାଦୀମାନେ ଗ୍ରେନେଡ ମାଡ଼ କରିଛନ୍ତି। ଏହି ଘଟଣାରେ ଜଣେ ସ୍ଥାନୀୟ ନାଗରିକ ଆହତ ହୋଇଛନ୍ତି। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଟଣା ପରେ ସୁରକ୍ଷାକର୍ମୀମାନେ ସମ୍ପୃକ୍ତ ଅଞ୍ଚଳକୁ ସିଲ୍‌ କରି ସର୍ଚ୍ଚ ଅପରେଶନକୁ ଜୋରଦାର କରିଛନ୍ତି। ଶ୍ରୀନଗରର କବଦରା ଅଞ୍ଚଳରେ ଆତଙ୍କବାଦୀମାନେ ଏହି ଆକ୍ରମଣ କରିଛନ୍ତି।

ଆକ୍ରମଣ ପରେ ସୁରକ୍ଷା ବ୍ୟବସ୍ଥାକୁ ବୃଦ୍ଧି କରିଦିଆଯାଇଛି। ଘାଟିରେ ପରିସ୍ଥିତିକୁ ଖରାପ କରିବା ଲାଗି ପାକିସ୍ତାନ ଏବଂ ଆତଙ୍କବାଦୀ ସଂଗଠନଗୁଡ଼ିକ ବାରମ୍ବାର ପ୍ରୟାସ କରିଆସୁଛନ୍ତି। ସ୍ଥାନୀୟ ଲୋକଙ୍କ ମଧ୍ୟ​‌ରେ ଭୟର ବାତାବରଣ ସୃଷ୍ଟି କରିବା ଲାଗି ଆକ୍ରମଣ କରୁଛନ୍ତି। ଏହା ପୂର୍ବରୁ ଗତ ଶୁକ୍ରବାର ନୌସେରା ସେକ୍ଟରର କଲାଲ ଅଞ୍ଚଳରେ ଅପରାହ୍ନ ପ୍ରାୟ ସାଢ଼େ ୩ଟାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ ଘଟିଥିଲା। ଏଥିରେ ସେନାର ୪ ଯବାନ ଆହତ ହୋଇଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

Related Articles

Popular Categories