www.samajalive.in
Saturday, December 6, 2025
23.1 C
Bhubaneswar

ଆଜିଠାରୁ ଓଡ଼ିଶାରେ ବିଜେପିର ଜନଜାଗରଣ ଯାତ୍ରା

ଭୁବନେଶ୍ୱର: ନାଗରିକତା ସଂଶୋଧନ ଆଇନ୍‍ ସମ୍ପର୍କରେ ସଚେତନତା ବୃଦ୍ଧି ଲକ୍ଷ୍ୟରେ ଭାରତୀୟ ଜନତା ପାର୍ଟି ସମଗ୍ର ଦେଶରେ ଆଜିଠାରୁ ଜନଜାଗରଣ ଯାତ୍ରା ଆରମ୍ଭ କରିବ। ଓଡ଼ିଶାରେ ଏହି ଯାତ୍ରାର ଶୁଭାରମ୍ଭ କରିବେ କେନ୍ଦ୍ର ଇସ୍ପାତ ରାଷ୍ଟ୍ରମନ୍ତ୍ରୀ ଫଗନ ସିଂହ କୁଲସ୍ତେ। ଏ ସମ୍ପର୍କରେ ସୂଚନା ଦେଇ ଦଳୀୟ ରାଜ୍ୟ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି, କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ାରୁ ଆଜି ଏହି ଜନସମ୍ପର୍କ ଅଭିଯାନ ଆରମ୍ଭ ହେବ। ଦଳ ପକ୍ଷରୁ ସାଧାରଣ ସଭା ଏବଂ ଶୋଭାଯାତ୍ରାମାନ ଆୟୋଜନ କରାଯାଇଛି। ରାଜ୍ୟର ପ୍ରତ୍ୟେକ ଜିଲ୍ଲାରେ ଏହି ଆଇନ୍‍ ନେଇ ସଚେତନତା ର‍୍ୟାଲିମାନ ଆୟୋଜନ କରାଯିବ ବୋଲି ହରିଚନ୍ଦନ ସୂଚନା ଦେଇଛନ୍ତି।

ଆସନ୍ତାକାଲି କଟକରେ ଏକ ବିରାଟ ଶୋଭାଯାତ୍ରାର ଆୟୋଜନ କରାଯାଇଛି। କେନ୍ଦ୍ର ତୈଳ ଓ ପ୍ରାକୃତିକ ବାଷ୍ପ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏଥିରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ଜନଜାଗରଣ ଯାତ୍ରା ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ହରିଚନ୍ଦନ କହିଛନ୍ତି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories