www.samajalive.in
Friday, December 12, 2025
14.1 C
Bhubaneswar

ପୌଷ ପୂର୍ଣ୍ଣିମା: ମହାପ୍ରଭୁଙ୍କ ରାଜାରାଜେଶ୍ୱର ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ

ପୁରୀ : ଆଜି ହେଉଛି ପବିତ୍ର ପୌଷ ପୂର୍ଣ୍ଣିମା। ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅନନ୍ୟ ପୂଷ୍ୟାଭିଷେକ ନୀତି ଅନୁଷ୍ଠିତ ହେବ। ଶ୍ରୀଜିଉ ରତ୍ନସିଂହାସନ ଉପରେ ବିଭିନ୍ନ ପ୍ରକାର ସ୍ୱର୍ଣ୍ଣ ଅଳଙ୍କାର ପରିଧାନ କରି ରାଜାରାଜେଶ୍ୱର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ। ଚତୁର୍ଦ୍ଧା ମୂର୍ତ୍ତିଙ୍କ ସୁନାବେଶ ଦେଖିବାକୁ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି।
ଶାସ୍ତ୍ର ଅନୁସାରେ, ମର୍ଯ୍ୟାଦା ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମଚନ୍ଦ୍ର ଏହି ଦିନ ୧୪ ବର୍ଷ ବନବାସରୁ ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ କରିବା ପରେ ରାଜ୍ୟ ଭାର ଗ୍ରହଣ କରିବା ପୂର୍ବରୁ ତାଙ୍କର ରାଜାଭିଷେକ ଉତ୍ସବ ଅନୁଷ୍ଠିତ ହୋଇଥିଲା। ପ୍ରଭୁ ଜଗନ୍ନାଥଙ୍କୁ ଶ୍ରୀରାମଙ୍କ ଅବତାର ମଧ୍ୟ କୁହାଯାଏ। ତେଣୁ ଶ୍ରୀମନ୍ଦିରରେ ରାମଙ୍କ ରୂପରେ ଶ୍ରୀଜିଉଙ୍କ ଅଭିଷେକ ନୀତି କରାଯାଇଥାଏ। ଆଜି ମହାପ୍ରଭୁଙ୍କର ଏହି ବେଶକୁ ଦର୍ଶନ କରିବାକୁ ଶ୍ରୀମନ୍ଦିରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡକୁ ଦୃଷ୍ଟିରେ ରଖି ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories