www.samajalive.in
Monday, December 8, 2025
13.1 C
Bhubaneswar

ମାର୍କେଟ ବିଲ୍ଡିଂରେ ଆକ୍ରମଣ ଘଟଣା : ୧୮ ଗିରଫ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରସ୍ଥିତ ଜନଗହଳିପୂର୍ଣ୍ଣ ମାର୍କେଟ ବିଲ୍ଡିଂ ପରିସରରେ ଦୋକାନୀଙ୍କୁ ଦୁର୍ବୃତ୍ତଙ୍କ ଆକ୍ରମଣ ଓ ଭଙ୍ଗାରୁଜା ଘଟଣାରେ ଶନିବାର ପୁଲିସ ୧୮ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରେ ୧୨ ଜଣ ନାବାଳକ ଓ ଅନ୍ୟ ୬ ଜଣ ସାବାଳକ ବୋଲି ଜଣାପଡ଼ିଛି। ଅଭିଯୁକ୍ତଙ୍କ ନାଁରେ ପୁଲିସ ଦଙ୍ଗା ମାମଲା ରୁଜୁ କରିଛି। ଏହାସହ ଘଟଣାର ତଦନ୍ତ ମଧ୍ୟ ଜାରି ରହିଛି। ମାତ୍ର କେଉଁ କାରଣରୁ ଏଭଳି ଆକ୍ରମଣ ହୋଇଛି ସେନେଇ ଏଯାବତ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ସୂଚନା ଯୋଗ୍ୟ,ଶୁକ୍ରବାର ସନ୍ଧ୍ୟା ସମୟରେ ହଠାତ୍‍ ୨୦ ରୁ ୩୦ ମୁଖାପିନ୍ଧା ଦୁର୍ବୃତ୍ତ ମାର୍କେଟ ବିଲ୍ଡିଂରେ ପ୍ରବେଶ କରି ଦୋକାନୀଙ୍କ ଉପରେ ଆକ୍ରମଣ କରିବା ସହ ୧୦୦ ରୁ ଦୋକାନକୁ ଭାଙ୍ଗି ନଷ୍ଟ କରିଦେଇଥିଲେ। ଏହା ସହ ତାଙ୍କ ସମ୍ମୁଖକୁ ଯେ କେହି ଆସିଲେ ତାଙ୍କୁ ମଧ୍ୟ ମାଡ଼ ମାରିଥିଲେ।

Hot this week

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

Related Articles

Popular Categories