www.samajalive.in
Thursday, December 11, 2025
26.1 C
Bhubaneswar

ତ୍ରାଲରେ ଏନକାଉଣ୍ଟର; ୨ ଆତଙ୍କବାଦୀ ନିହତ

ଜାମ୍ମୁ: ଜାମ୍ମୁ-କାଶ୍ମୀରର ପୁଲୱାମା ଅନ୍ତର୍ଗତ ତ୍ରାଲ ଅଞ୍ଚଳରେ ଆତଙ୍କାବାଦୀ ଏବଂ ଯବାନଙ୍କ ମଧ୍ୟରେ ରବିବାର ଭୋର ସମୟରେ ଏନକାଉଣ୍ଟର ଘଟିଛି। ଏଥିରେ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଆହୁରି କିଛି ଆତଙ୍କବାଦୀ ଲୁଚି ରହିଥିବାବେଳେ ଉଭୟ ପକ୍ଷ ମଧ୍ୟରେ ଗୁଳିବିନିମୟ ଜାରି ରହିଛି।

ଗତ ଶନିବାର ପାକିସ୍ତାନୀ ସେନା ପକ୍ଷରୁ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଥିଲା। ପୁଞ୍ଚ ଜିଲାର ନିୟନ୍ତ୍ରଣ ରେଖା ନିକଟରେ ଥିବା ସେନାର ଶିବିର ଏବଂ ନିକଟବର୍ତ୍ତୀ ଗାଁଗୁଡ଼ିକୁ ଟାର୍ଗେଟ କରି ଗୁଳି କରିଥିଲେ। ପ୍ରତିରକ୍ଷା ବିଭାଗର ଜଣେ ମୁଖପାତ୍ର କହିଛନ୍ତି, ପାକିସ୍ତାନ ଶନିବାର ରାତି ପ୍ରାୟ ସାଢ଼େ ୯ଟାରେ ଅସ୍ତ୍ରବିରତି ଉଲ୍ଲଂଘନ କରିଥିଲା। ପୁଞ୍ଚ ଜିଲାର ନିୟନ୍ତ୍ରଣ ରେଖା ନିକଟ ଦେଗୱର ସେକ୍ଟରରେ ଗୁଳି ଏବଂ ମୋର୍ଟାର ମାଡ଼ କରାଯାଇଥିଲା। ଭାରତୀୟ ସେନା ପକ୍ଷରୁ ଏଡାର କଡ଼ା ଜବାବ ଦିଆଯାଇଛି।

Hot this week

ପାଚିଲା କଦଳୀରୁ ପୁଷ୍ଟିକର ଖାଦ୍ୟଟ୍ଟ ପିଲାଙ୍କୁ ଦିଅନ୍ତୁ

କଦଳୀକୁ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରିବା ପାଇଁ ବ୍ୟବହାର କରାଯାଇପାରିବ।...

୨୦୨୬ରେ ଶନିଙ୍କ ପ୍ରଭାବ: ଏହି ରାଶିରେ ବଦଳିବ ଭାଗ୍ୟ

ସମାଜ ଡିଜିଟାଲ ଡେସ୍କ: ନଅଟି ଗ୍ରହ ମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ...

ପାକିସ୍ତାନର ପୂର୍ବତନ ଆଇଏସଆଇ ମୁଖ୍ୟଙ୍କୁ ୧୪ ବର୍ଷ ଜେଲ ଦଣ୍ଡ

ସମାଜଲାଇଭ ଡେସ୍କ: ପାକିସ୍ତାନୀ ଗୁଇନ୍ଦା ସଂସ୍ଥା(ଆଇଏସଆଇ)ର ପୂର୍ବତନ ମୁଖ୍ୟ ବା ମହାନିର୍ଦେଶକ...

ଶୀତଦିନେ ରୂପି ହେଉଛି କି? କଣ କରିବେ ଜାଣନ୍ତୁ

ଶୀତ ଋତୁରେ ରୂପି ହେବା ଏକ ସାଧାରଣ ଘଟଣା। ଅନେକ ଲୋକ...

ଭାରତ ଉପରେ ୫୦% ଆମଦାନୀ ଶୁଳ୍କ ଲାଗୁ କଲା ମେକ୍ସିକୋ

ସମାଜଲାଇଭ ଡେସ୍କ: ଆମେରିକା ପରେ ଭାରତ ଉପରେ ୫୦% ପର୍ଯ୍ୟନ୍ତ ଶୁଳ୍କ...

Related Articles

Popular Categories