www.samajalive.in
Sunday, December 14, 2025
16.1 C
Bhubaneswar

ପଛୁଆ ବର୍ଗଙ୍କୁ ସଂରକ୍ଷଣ ଦାବିରେ ମୁଖ୍ୟମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି

ନୂଆଦିଲ୍ଲୀ: ରାଜ୍ୟର ପଛୁଆ ବର୍ଗଙ୍କୁ ଶିକ୍ଷା ଏବଂ ନିଯୁକ୍ତି କ୍ଷେତ୍ରରେ ସଂରକ୍ଷଣ ନଦେଇ ରାଜ୍ୟ ସରକାର ସେମାନଙ୍କ ଗଣନା କରିବା ପାଇଁ ଆରମ୍ଭ କରିଥିବା ପ୍ରହସନକୁ ବିରୋଧ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କେନ୍ଦ୍ରମନ୍ତ୍ରୀ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ରାଜ୍ୟ ସରକାର ପଛୁଆ ବର୍ଗଙ୍କୁ ଶିକ୍ଷା ଏବଂ ନିଯୁକ୍ତି କ୍ଷେତ୍ରରେ ସଂରକ୍ଷଣ ଦେଉନାହାନ୍ତି। ଓଡିଶାର ଜନସଂଖ୍ୟାର ଓବିସି ଓ ଏସଇବିସି ସଂଖ୍ୟା ଯଥେଷ୍ଟ ଅଧିକ ହୋଇଥିବା ସମୟରେ ରାଜ୍ୟ ସରକାର ଏହି ଉଭୟ ବର୍ଗ ପାଇଁ ଶିକ୍ଷା ଏବଂ ନିଯୁକ୍ତି କ୍ଷେତ୍ରରେ ସ୍ଥାନ ସଂରକ୍ଷଣ କ୍ଷେତ୍ରରେ ତ୍ୱରିତ ପଦକ୍ଷେପ ନେବା ପାଇଁ ଦୃଢ ଦାବି ଜଣାଇଛନ୍ତି ଧର୍ମେନ୍ଦ୍ର।
ଧର୍ମେନ୍ଦ୍ର ଚିଠିରେ ଉଲ୍ଲେଖ କରିଛନ୍ତି ରାଜ୍ୟ ସରକାର ମହାରାଷ୍ଟ୍ର ବିଧାନସଭାରେ ପାରିତ ପ୍ରସ୍ତାବ ଅନୁସାରେ ୨୦୨୧ରେ ହେବାକୁ ଥିବା ଜନଗଣନା ସମୟରେ ରାଜ୍ୟର ଓବିସି ଓ ଏସଇବିସି ଜାତି ଗୁଡିକର ଗଣନା ପାଇଁ ପ୍ରସ୍ତାବ ଦେଇଛନ୍ତି। ରାଜ୍ୟ ସରକାର ରାଜ୍ୟର ଜନସଂଖ୍ୟର ଅର୍ଦ୍ଧାଧିକ ଥିବା ପଛୁଆ ବର୍ଗଙ୍କ ପାଇଁ ଶିକ୍ଷା ଏବଂ ଚାକିରି କ୍ଷେତ୍ରରେ ସଂରକ୍ଷଣ ନଦେଇ ରାଜ୍ୟ ସରକାର ଜାତି ଭିତ୍ତିରେ ଗଣନା କରିବା ପାଇଁ ପ୍ରସ୍ତାବ ଦେଇ ନିଜର ଅପାରଗତାର ପରିଚୟ ଦେଇଛନ୍ତି । ରାଜ୍ୟର ୨୦୯ଟି ଜାତି ଏସଇବିସି ବର୍ଗରେ ଅନ୍ତର୍ଭୁକ୍ତ ରହିଛନ୍ତି। ସେମାନଙ୍କୁ ରାଜ୍ୟ ସରକାର ଶିକ୍ଷା ଏବଂ ନିଯୁକ୍ତି କ୍ଷେତ୍ରରେ ସଂରକ୍ଷଣ ଦେଉନଥିବାରୁ ସୋମାନେ ଶିକ୍ଷାରୁ ବଞ୍ଚିତ ହେବା ସହ ଦାରିଦ୍ୟସୀମାରେଖା ତଳେ ବସବାସ କରୁଛନ୍ତି।

ସମ୍ବିଧାନର ଧାରା ୧୫(୪) ଓ ୧୬(୪) ଅନୁଯାଇ କେନ୍ଦ୍ର ସରକାର ନିଯୁକ୍ତି ଏବଂ ଶିକ୍ଷା କ୍ଷେତ୍ରରେ ଓବିସି ବର୍ଗଙ୍କୁ ୨୭ ପ୍ରତିଶତ ସଂରକ୍ଷଣ ସୁବିଧା ଦେଇଛନ୍ତି। କିନ୍ତୁ ରାଜ୍ୟ ସରକାର ଏହାକୁ କଣ ପାଇଁ ଦିର୍ଘ ୩୦ ବର୍ଷଦେଲା ଅଣଦେଖା କରିଆସୁଛନ୍ତି। ଦେଶର ସବୁ ରାଜ୍ୟ ନିଯୁକ୍ତି ଓ ଶିକ୍ଷା କ୍ଷେତ୍ରରେ ଅନ୍ୟୁନ ୨୭ ପ୍ରତିଶତ ସଂରକ୍ଷଣ ଲାଗୁ କରିଥିବା ବେଳେ କର୍ଣ୍ଣାଟକ, ତାମିଲନାଡୁ, କେରଳ ଓ ବିହାର ଆଦି ରାଜ୍ୟ ସେସବୁ ରାଜ୍ୟ ଗୁଡିକରେ ଏହି ଜାତି ଗୁଡିକର ଜନସଂଖ୍ୟାରେ ଅଧିକ ଭାଗ କାରଣରୁ ଅଧିକ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିଛନ୍ତି। ତାମିଲନାଡୁ ରାଜ୍ୟରେ ମୋଟ ୬୯ ପ୍ରତିଶତ ସ୍ଥାନ ସଂରକ୍ଷିତ ଥିବା ବେଳେ ଏଥିରୁ ୫୦ ପ୍ରତିଶତ ପଛୁଆ ଜାତିଙ୍କ ପାଇଁ ସଂରକ୍ଷିତ ରହିଛି । ମାତ୍ର ଓଡିଶା ଜନସଂଖ୍ୟାରେ ଓବିସି ଓ ଏସଇବିସି ସଂଖ୍ୟା ଯଥେଷ୍ଟ ଅଧିକ ଥିବାବେଳେ ଜନସଂଖ୍ୟା ଅନୁସାରେ ସେମାନେ ସଂରକ୍ଷଣ ସୁବିଧାରୁ ରାଜ୍ୟ ସରକାର ବଞ୍ଚିତ ରଖିଥିବା ଧର୍ମେନ୍ଦ୍ର ଚିଠିରେ ଉଲ୍ଲେଖ କରିଛନ୍ତି।
ମହାରାଷ୍ଟ୍ରରେ ଦେବେନ୍ଦ୍ର ଫଡନବିସ ମୁଖ୍ୟମନ୍ତ୍ରୀ ଥିବା ସମୟରେ ମରଠା ମାନଙ୍କ ପାଇଁ ନିଯୁକ୍ତି ଓ ଶିକ୍ଷାରେ ୧୬ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା କରିବା ପରେ ମହାରାଷ୍ଟ୍ରର ସ୍ଥାନ ସଂରକ୍ଷଣ ୬୩ ପ୍ରତିଶତକୁ ବୃଦ୍ଧି କରିଥିଲେ। ଏହାପରେ ମାନ୍ୟବର ବମ୍ବେ ହାଇକୋର୍ଟ ରାଜ୍ୟ ସରକାର ସଂରକ୍ଷଣ ୬୩ ପ୍ରତିଶତକୁ ବୃଦ୍ଧି ସୀମା ଉପରେ ବିଶେଷ କାରଣ ଯୋଗୁଁ ସଂରକ୍ଷଣ ବଢାଇବାର ଅଧିକାରକୁ ସମ୍ମତି ପ୍ରଦାନ କରିଥିଲେ ବୋଲି ଦର୍ଶାଇ ରାଜ୍ୟ ସରକାରଙ୍କୁ ଚେତାଇଛନ୍ତି ଧର୍ମେନ୍ଦ୍ର।

- Advertisement -

କେନ୍ଦ୍ରମନ୍ତ୍ରୀ ତାଙ୍କ ପତ୍ରରେ ମାନ୍ୟବର ସୁପ୍ରିମକୋର୍ଟଙ୍କ ରାୟ ପ୍ରସଙ୍ଗରେ ଉଲ୍ଲେଖ କରି ଅଧିକ ପ୍ରତିଶତ ସଂରକ୍ଷଣ ଦେବା ପାଇଁ ପ୍ରତିବନ୍ଧକ ନଥିବା ସ୍ପଷ୍ଟ କରିଛନ୍ତି । ଇନ୍ଦ୍ରା ସ୍ୱହନୀ ଓ ଭାରତ ସରକାରଙ୍କ କେସରେ ମାନ୍ୟବର ସୁପ୍ରିମକୋର୍ଟ ବିଶେଷ ପରିସ୍ଥିତିରେ ସ୍ଥାନ ସଂରକ୍ଷଣ ନିଦ୍ଦିଷ୍ଟ ସୀମା ଠାରୁ ଅଧିକ ହୋଇପାରିବ ବୋଲି ରାୟ ପ୍ରକାଶ କରିଥିଲେ। ରାଜ୍ୟରେ ୧୯୯୩ ମସିହା ଠାରୁ ଓଡିଶା ଷ୍ଟେଟ୍ କମିଶନ ଫର୍ ବ୍ୟାକୁଆଡ କ୍ଲାସେସ୍ ଆକ୍ଟ ପାସ୍ ହୋଇଥିବା ପରେ ମଧ୍ୟ ଏହା କାର୍ୟ୍ୟକାରୀ ହୋଇନଥିବା ଦର୍ଶାଇ ତୁରନ୍ତ ଏହି ପଛୁଆ ବର୍ଗ ଆୟୋଗ ଗଠନ କରି ବୈଜ୍ଞାନିକ ଓ ତଥ୍ୟ ସମ୍ବଳିତ ରିପୋର୍ଟ ଆଧାରରେ ଜନସଂଖ୍ୟା ଅନୁସାରେ ନିଯୁକ୍ତି ଓ ଶିକ୍ଷା କ୍ଷେତ୍ରରେ ଅଧିକ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିବାକୁ ପଦକ୍ଷେପ ନେବାକୁ ଦାବୀ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଏହି ପତ୍ରରେ ମୁଖ୍ୟମନ୍ତ୍ରୀ ତୁରନ୍ତ ଓ ସକାରାତ୍ମକ ପଦକ୍ଷେପ ନେବେ ବୋଲି ଆଶାବ୍ୟକ୍ତ କରିଛନ୍ତି ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories