www.samajalive.in
Saturday, December 13, 2025
27.1 C
Bhubaneswar

ଶନିବାର ରାଶିଫଳ (୧୮.୦୧.୨୦୨୦)

ମେଷ: ପ୍ରୀତି ଲାଭ କରିପାରନ୍ତି। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। ସମାଜ ସେବା ପ୍ରତି ଆକର୍ଷିତ ହେବେ। ଶାନ୍ତ ଓ ଧୈର୍ୟ୍ୟବାନ୍‌ ହୋଇପାରନ୍ତି। ମନରେ ଅହଂଭାବ ଜାଗ୍ରତ ହୋଇପାରେ। ପତ୍ନୀଙ୍କ ଇଙ୍ଗିତରେ କାର୍ୟ୍ୟ କଲେ ସଫଳତା ମିଳିବ।
ବୃଷ: ବଦଖର୍ଚ୍ଚୀ ହୋଇପାରନ୍ତି। ଚକ୍ଷୁରେ ଯନ୍ତ୍ରଣା ଉପୁଜି ପାରେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଶାରୀରିକ ଶକ୍ତି ବୃଦ୍ଧି ହେବ। ଶତ୍ରୁହନ୍ତା ହେବେ। ନୃତ୍ୟ-ସଙ୍ଗୀତପ୍ରିୟ ହେବେ। ସନ୍‌ମାର୍ଗୀ ହେବେ।
ମିଥୁନ: ସନ୍ତାନ ଲାଭର ସୂଚନା ମିଳୁଛି। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଭାବେ ଧନପ୍ରାପ୍ତ ହେବାର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦିଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ। ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ। ଶଶୁର ଘରୁ ସାହାଯ୍ୟ ମିଳିବ।
କର୍କଟ: ଉଦାର ପ୍ରକୃତିର ହୋଇପାରନ୍ତି। ଦାନଶୀଳ ହେବେ। ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। କୃଷିକର୍ମକାରୀ ହୋଇପାରନ୍ତି। ଜଳପ୍ରତି ଆଦରପ୍ରେମୀ ଓ ବୁଦ୍ଧିମାନ୍‌ ହେବେ। ଯାନବାହନ ସୁଖ ମିଳିପାରେ।
ସିଂହ: ଉଚ୍ଚ ସମ୍ମାନ ଲାଭ କରିପାରନ୍ତି। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ବଭାବର ହେବେ। ମଧୁରଭାଷା ଯୋଗୁଁ ସାମାଜିକ ସ୍ତରରେ ଆଦରଣୀୟ ହେ​‌େ​‌ବ। ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିବେ। ପ୍ରେମୀ ଓ ସାହସୀ ହେବେ। ସାନଭାଇଙ୍କ ଠାରୁ ସମ୍ମାନ ମିଳିବ।
କନ୍ୟା: କାର୍ୟ୍ୟରେ ସଫଳତା ପାଇବାକୁ ହେଲେ ଅପେକ୍ଷା କରିବାକୁ ପଡ଼ିବ। ପରମ ଭାଗ୍ୟଶାଳୀ ହେବେ। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି। ସ୍ତ୍ରୀ ବିଳାସୀ ହେବେ। ବହୁ ମିତ୍ରଙ୍କ ସହଯୋଗ ପାଇ ଖୁସି ହେବେ।
ତୁଳା: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ରୋଜଗାର ଆଶାନୁରୂପ ହେବ। ଐଶ୍ବର୍ୟ୍ୟଯୁକ୍ତ ହୋଇପାରନ୍ତି। ଯୁଦ୍ଧ କ୍ଷେତ୍ରରେ ପାରଙ୍ଗମ ହେବେ। ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ନୂଆ ବନ୍ଧୁ ଜୁଟିବେ।
ବିଛା: ମନ ଭିତରେ ଅଧିକ ଖର୍ଚ୍ଚ ଜନିତ କଷ୍ଟ ଭୋଗ କରିପାରନ୍ତି। ଚଞ୍ଚଳ ସ୍ବଭାବର ହେବେ। ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି। ଏକାନ୍ତ ପ୍ରିୟ ଓ ନେତ୍ର ରୋଗୀ ହେବେ। ମଧୁରଭାଷା ପ୍ରୟୋଗ କରି ପରକୁ ଆପଣାର କରିପାରନ୍ତି।
ଧନୁ: ସୀମିତ ମାତ୍ରାର ଆୟ ହେବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବେ। ସନ୍ତାନମାନେ ଗୁଣୀ ଓ ସମ୍ପତ୍ତିଯୁକ୍ତ ହେବେ।
ମକର: ପରିଶ୍ରମ ଅଧିକ ହେଲେ ବି, ତା’ର ମୂଲ୍ୟ ମିଳିବ। କୁଳଦୀପକ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହୋଇପାରନ୍ତି। ପାରିବାରିକ ସ୍ନେହ ଅତୁଟ ରହିବ।
କୁମ୍ଭ: ସେବା ଭାବନାରେ ଉଦ୍‌ବୁଦ୍ଧ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ-ବିଳାସରେ ସମୟ ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌ ଓ ସମ୍ପତ୍ତିବାନ୍‌ ହେବେ। ବିଦ୍ବାନ୍‌ ଓ ସାହସୀ ହୋଇପାରନ୍ତି।
ମୀନ: ନିଜ ସମ୍ମାନକୁ ଜଗି ଚଳିବାକୁ ପଡ଼ିବ। ଈର୍ଷା ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। କେବଳ ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଭୋଗ ହେଉ ଥିବାରୁ ସତର୍କତାର ସହ ଚଳିବାକୁ ପଡ଼ିବ।

Hot this week

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି- ପ୍ରସନ୍ନ

ଭୁବନେଶ୍ୱର: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ବଡ ବୟାନ...

ବିଜେପିରେ ଦିଲ୍ଲୀରୁ ହୁଏ ନିଷ୍ପତ୍ତି; ମୋ ସହିତ ଆଦୌ ପରାମର୍ଶ କରାଯାଏନାହିଁ

ସମାଜ ଡିଜିଟାଲ ଡେସ୍କ: ପଞ୍ଜାବରେ ବିଜେପି ରାଜନୀତି ସରଗରମ । ପୂର୍ବତନ...

ମେସିଙ୍କୁ ଦେଖିବାକୁ ଷ୍ଟାଡିୟମରେ ହଙ୍ଗାମା

ସମାଜ ଲାଇଭ ଡ଼େସ୍କ : ମେସିଙ୍କୁ ଦେଖିବାକୁ କଲକାତା ସଲ୍ଟଲେକ ଷ୍ଟାଡିୟମରେ...

Related Articles

Popular Categories