www.samajalive.in
Saturday, December 13, 2025
17.1 C
Bhubaneswar

ସୋମବାର ରଶିଫଳ

ତା:(୨୦-୦୧-୨୦୨୦)

ମେଷ: ସୁଖଭୋଗ କରିବା ପାଇଁ ଉଦ୍ୟମ ଜାରି ରଖିବେ; ମାତ୍ର ଏହା କଷ୍ଟସାଧ୍ୟ ହୋଇପାରେ। ଈର୍ଷାଳୁ ସ୍ୱଭାବର ହୋଇପାରନ୍ତି। ସ୍ୱାଭିମାନୀ ହେବେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ। 

- Advertisement -

ବୃଷ: ବନ୍ଧୁ ମିଳନରେ ଉପକୃତ ହେବେ। ଦିନରାତି ସେବା ମନୋଭାବ ନେଇ କାର୍ଯ୍ୟ କରିବେ। ବ୍ୟବସାୟ ଲାଭଜନକ ହେବ। ମନରେ ଅହଂଭାବ ପୋଷଣ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହୋଇପାରନ୍ତି। ପତ୍ନୀଙ୍କ ଇଙ୍ଗିତରେ ଚଳିବା ଆଶାକରାଯାଏ।

ମିଥୁନ: ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି। ଶତ୍ରୁଭାବ ବୃଦ୍ଧି ହେବ; ମାତ୍ର କିଛି ଅମଙ୍ଗଳ ଘଟିବ ନାହିଁ। ସତର୍କତା ଜରୁରୀ।

କର୍କଟ: ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆକସ୍ମିକ ଧନଲାଭ ହେବାର ସୂଚନା ମିଳୁଛି। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଜୁଆ କିମ୍ବା ଲଟେରିରୁ ପ୍ରଚୁର ଧନ ପ୍ରାପ୍ତ ହେବେ। ତେଜସ୍ୱୀ ହୋଇପାରନ୍ତି।

ସିଂହ: ଉଦାର ସ୍ୱଭାବର ହେବେ। ଦାନ-ଧର୍ମରେ ଦୀକ୍ଷିତ ହେବେ। ସୁଖୀ ହେବେ। ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। କୃଷି ବିଶାରଦ ହୋଇପାରନ୍ତି। ଜଳପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ୍‍ ହେବେ।

କନ୍ୟା: କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି। ମନ ପ୍ରସନ୍ନ ରହିବ। ଧାର୍ମିକ ପ୍ରବୃତ୍ତିର ହେବେ। ଜୀବେ ଦୟା ସ୍ୱଭାବର ହୋଇପାରନ୍ତି। ମଧୁରଭାଷୀ ହେବେ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କର ଆଦରଣୀୟ ହେବେ। ବିବାଦରେ ବିଜୟୀ ହେବେ।

ତୁଳା: ଲୋଭଗ୍ରସ୍ତ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ମିତ୍ର ସୁଖ ମିଳିବ। ସ୍ତ୍ରୀ ବିଳାସୀ ହେବେ। ସାଙ୍ଗ ସୁଖ ଲାଭ କରିପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ।

ବିଛା: ଶ୍ରୀ ଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ୱର୍ଯ୍ୟଯୁକ୍ତ ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନବାନ୍‍ ଓ ଗୁଣଯୁକ୍ତ ହେବେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଚିନ୍ତାଧାରା ଉନ୍ନତମାନର ହେବ।

ଧନୁ: ପ୍ରତାରିତ ହୋଇପାରନ୍ତି। ଥଣ୍ଡା-କଫ ଜନିତ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଚଞ୍ଚଳ ସ୍ୱଭାବର ହେବେ। ଏକୁଟିଆ ରହିବାକୁ ଇଚ୍ଛା କରିବେ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ମଧୁର ବଚନରେ ପରକୁ ଆପଣାର କରିବେ।

ମକର: ରୋଜଗାର ଆଶାନୁରୂପ ହେବ। ଚଞ୍ଚଳ ପ୍ରକୃତିର ହେବେ। ଯଶସ୍ୱୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ତନ୍ତ୍ର-ମନ୍ତ୍ର ଓ ଜ୍ୟୋତିଷ ବିଦ୍ୟାପ୍ରତି ରୁଚି ରହିବ। ମନୋରମା ପତ୍ନୀର ସାହଚର୍ଯ୍ୟ ମିଳିବ।

କୁମ୍ଭ: ଶ୍ରମ ସାର୍ଥକ ହେବ। କୁଳ ଉଜ୍ଜ୍ୱଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହୋଇପାରନ୍ତି। ପରିବାର ପ୍ରତି ସ୍ନେହ ଶ୍ରଦ୍ଧା ରହିବ।

ମୀନ: ଖେଳ, କସରତ, ନାଚ-କୁଦରେ ମଗ୍ନ ରହି କ୍ଲାନ୍ତ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି। ଭାଗ୍ୟଶାଳୀ ହେବେ। ଧର୍ମାତ୍ମା, ପ୍ରବାସ ପ୍ରିୟ, ବିଦ୍ୱାନ୍‍, ସାହସୀ ଓ ସମ୍ପତ୍ତିବାନ୍‍ ହେବେ। ସୁଖ ମିଳିବ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories