www.samajalive.in
Friday, December 12, 2025
19.1 C
Bhubaneswar

ବୁଧବାର ରାଶିଫଳ (୨୨.୦୧.୨୦୨୦)

ମେଷ: ଧର୍ମ କାର୍ଯ୍ୟରେ ମନଦେଇ ପାରନ୍ତି। କାର୍ଯ୍ୟରେ ସଫଳତା ଲାଭ କରିବେ। କ୍ଷମତାର ଅଭିବୃଦ୍ଧି ଘଟାଇ ତା’ର ସଦ୍‌ବ୍ୟବହାର କରିବେ। ବିବାଦୀୟ ଘଟଣାରେ ବିଜୟୀ ହେବେ। ହରିଭଜନ କରିବେ। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ।

ବୃଷ: ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ଅର୍ଥାଭାବ ଦେଖାଦେଇ ପାରେ। ମନ ବିଷାଦ ଭରା ହୋଇପାରେ। ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିପାରନ୍ତି। କଳହଠାରୁ ଦୂରେଇ ରଖିବାକୁ ପଡ଼ିବ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ।

- Advertisement -

ମିଥୁନ: ପ୍ରୀତି ଲାଭ କରିପାରନ୍ତି। ସୁଖକର ଘଟଣା ମାନ ଘଟିପାରେ। କର୍ମକ୍ଷେତ୍ରରେ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିବେ। ଉତ୍ତମ ଭୋଜନ ପାଇ ସନ୍ତୁଷ୍ଟ ହୋଇପାରନ୍ତି।

କର୍କଟ: ହିଂସା-ଦ୍ୱେଷ ପରିତ୍ୟାଗ କରିବେ। ଶତ୍ରୁ ଆକ୍ରମଣରେ କୌଶଳ ପ୍ରୟୋଗ କରି ବିଜୟୀ ହେବା ସହିତ ଧନଲାଭ କରି ପାରନ୍ତି। ମାନସିକ ଶାନ୍ତି ଫେରି ପାଇବେ। ସୁ ସମ୍ବାଦ ପାଇ ଖୁସି ହୋଇପାରନ୍ତି। ଶୁଭକାର୍ଯ୍ୟ କରଣୀୟ। କରଜ ସୁଝିବେ।

ସିଂହ: ବାଦ-ବିବାଦରେ ବିଜୟୀ ହୋଇପାରନ୍ତି। ପଢ଼ା ପଢ଼ିରେ ମନୋନିବେଶ କରିପାରନ୍ତି। ପ୍ରଚୁର ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସୁ ସମ୍ବାଦ ପାଇ ଉତ୍‍ଫୁଲ୍ଲିତ ହୋଇପାରନ୍ତି। ଦିନଟି ମଧ୍ୟମ ଧରଣର। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

କନ୍ୟା: କଳହଠାରୁ ଦୂରେଇ ରହିବାକୁ ପଡ଼ିବ। ପରିଶ୍ରମର ମୂଲ୍ୟ ମିଳିବ। କୃଷି ଉତ୍ପାଦନ ଲାଭଦାୟକ ହେବ। ଅଶାନ୍ତି ଦୂର ହୋଇପାରେ। ବୀରତ୍ୱର ପରିପ୍ରକାଶ ଘଟାଇ ପାରନ୍ତି। ଦୟାଳୁ ସ୍ୱଭାବର ହେବେ। ଅସାଧ୍ୟ ସାଧନ କରିପାରନ୍ତି।

ତୁଳା: ନିଜ ସମ୍ମାନକୁ ଜଗି ଚଳିବାକୁ ପଡ଼ିବ। ଆର୍ଥିକ କ୍ଷେତ୍ର ସ୍ୱଚ୍ଛଳ ରହିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଦେବଦର୍ଶନର ସୁଯୋଗ ଅଛି। ଅଶାନ୍ତିର ମାତ୍ରା କମିବ। ସରକାରୀ ସ୍ତରରୁ ଲାଭ ଉଠାଇବାରେ ସକ୍ଷମ ହେବେ। ସୁଖ ମିଳିବ।

ବିଛା: ଆଶାବାଦୀ ହେବେ। ଆକସ୍ମିକ ସମସ୍ୟା ଦେଖାଦେଇ ପାରେ। ଅର୍ଥ କଷ୍ଟ ଭୋଗି ପାରନ୍ତି। ପ୍ରିୟଭାଷୀ ହେବେ। ଧନ ଓ ଯାନବାହାନଯୁକ୍ତ ହୋଇପାରନ୍ତି। ସୁବର୍ଣ୍ଣ ସଂପଦର ଅଧିକାରୀ ହେବେ। ଅନୁଚର ଯୁକ୍ତ ଓ ବଳବାନ୍‍ ହେବେ।

ଧନୁ: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଧନବାନ୍‍ ହୋଇପାରନ୍ତି। ଅପାର ଗୁଣର ଅଧିକାରୀ ହେବେ। ସ୍ୱାସ୍ଥ୍ୟ ଭଲ ରହିବ। ଚିନ୍ତାଧାରା ମହତ ହେବ। ଉପାର୍ଜନକାରୀ ହେବେ। ନୂଆବନ୍ଧୁ ଜୁଟିବେ।

ମକର: ଧନକ୍ଷୟ ହେବାର ସମ୍ଭାବନା ଅଛି। ବାଦ-ବିବାଦର ସମ୍ମୁଖୀନ ହେବେ। ଅଯଥା ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ହୋଇ ରହନ୍ତୁ। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ତାମ୍ର, ପ୍ରବାଳ, ସୁବର୍ଣ୍ଣ ଆଦି ଧାତୁ ଦ୍ରବ୍ୟ ପାଇପାରନ୍ତି। ରାଜପ୍ରାସାଦ ସୁଖ ମିଳିବ।

କୁମ୍ଭ: ଭଲ ଆୟ ହେବ; ମାତ୍ର ଶୁଭଖବର ମିଳିପାରେ। ଜ୍ଞାନ ଅର୍ଜନ କରିବାରେ ଆଗ୍ରହୀ ହେବେ। ସତ୍‍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ଦିନଟି ମଧ୍ୟମ ଧରଣର। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।

ମୀନ: କର୍ତ୍ତବ୍ୟରତ ହୋଇପାରନ୍ତି। ଶୁଭଖବର ପାଇ ଖୁସି ହେବେ। କର୍ମକ୍ଷେତ୍ରରେ ସଫଳତା ମିଳିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ବିବାଦୀୟ ଘଟଣାରେ ବିଜୟୀ ହେବେ। ଭକ୍ତିଗାଥା ଶ୍ରବଣ କରିବେ।

Hot this week

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା- ୩ ମୃତ ୨ ଗୁରୁତର

ପାଟଣା - ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ଘଟଗାଁ ଥାନା...

ଗାଈ କଟାକୁ ନେଇ ଉତ୍ତେଜନା- ମାମଲା ରୁଜୁ

ଗୋପାଳପୁର - ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟସ୍ଥ ସୋରାବାଡି ଜଙ୍ଗଲରେ...

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

Related Articles

Popular Categories