www.samajalive.in
Friday, December 12, 2025
16.1 C
Bhubaneswar

ଜିଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳିତ

ବଳଙ୍ଗା: ପୁରୀ ଜିଲା ବଳଙ୍ଗା ଜଳସମ୍ପଦ ଉପଖଣ୍ଡ ପରିସରରେ ବୁଧବାର ଜିଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ହୋଇଯାଇଛି। ପୁରୀ ଜଳ ସମ୍ପଦ ନିର୍ବାହୀ ଯନ୍ତ୍ରୀ ପ୍ରମୋଦ କୁମାର ରାଉତଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ଯୋଗ ଦେଇ ପାଣି ପଞ୍ଚାୟତର ଲକ୍ଷ୍ୟ ପୁରଣ ପାଇଁ ଚାଷୀ ମାନଙ୍କର ସହଯୋଗ କାମନା କରିଥିଲେ। କାଡା ନାଳ ଗୁଡ଼ିକ ପୁର୍ଣ୍ଣାଙ୍ଗ କରାଯାଇ ପନିପରିବା ଚାଷ ଉପରେ ଗୁରୁତ୍ବାରୋପ କରିଥିଲେ। ସମ୍ମାନୀତ ଅତିଥି ଭାବେ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାର କାନ୍ତି ବେହେରା ଯୋଗଦେଇଥିଲେ। ଅନ୍ୟତମ ଅତିଥି ଭାବେ ଜିଲା ପରିଷଦ ଅଧ୍ୟକ୍ଷ ଜ୍ୟୋତିର୍ମୟୀ ଦଳେଇ ଯୋଗଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ନିମାପଡ଼ା ଜଳସମ୍ପଦ ଖଣ୍ଡ ନିର୍ବାହୀ ଯନ୍ତ୍ରୀ ଶଶିଭୂଷଣ ମିଶ୍ର, କାଡା ନିବାହୀ ଯନ୍ତ୍ରୀ ଦୁର୍ୟୋଧନ ନାୟକ ପ୍ରମୁଖ ଯୋଗ ଦେଇ ନିଜ ନିଜର ମତ ଉପସ୍ଥାପନ କରିଥିଲେ। ପାଣି ପଞ୍ଚାୟତର ବିଭିନ୍ନ ସମସ୍ୟା ଉପରେ ଚାଷୀମାନେ ନିଜ ନିଜର ମତ ଉପସ୍ଥାପନ କରି ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories