www.samajalive.in
Monday, December 15, 2025
26.1 C
Bhubaneswar

ଜେଲରୁ ବାହାରିଲେ ପୁଞ୍ଜିଲାଲ, ମା’ଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ

ବଲାଙ୍ଗୀର: ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେର ଶୁକ୍ରବାର ଜେଲରୁ ବାହାରିଛନ୍ତି। ମା’ଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ଲାଗି ହାଇକୋର୍ଟ ତାଙ୍କୁ ୪ଦିନ ପାଇଁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଏହା ପରେ ଶୁକ୍ରବାର ସେ ଜେଲରୁ ବାହାରି ନିଜ ଘରକୁ ଯାଇଛନ୍ତି। ଏହା ପୂର୍ବରୁ ଗତ ୧୨ ତାରିଖରେ ପୁଞ୍ଜିଲାଲଙ୍କୁ ଦିନିକିଆ ପାରୋଲ ମିଳିଥିଲା। ମା’ଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବା ଲାଗି ତାଙ୍କୁ ଦିନକ ପାଇଁ ପୁଲିସ ହେପାଜତରେ ଜେଲରୁ ବାହାରକୁ ନିଆଯାଇଥିଲା। ବର୍ତ୍ତମାନ ଅନ୍ତରୀଣ ଜାମିନ ମିଳିଥିବାବେଳେ ତାଙ୍କ ଉପରେ ପୁଲିସ ପକ୍ଷରୁ କଡ଼ା ନଜର ରଖାଯିବ। ସାଦା ପୋଷାକରେ ପୁଲିସ ନିୟୋଜିତ ରହିବେ। ଅନ୍ୟପଟେ ଘଟଣାର ଅଭିଯୋଗକାରୀ ରବୀନ୍ଦ୍ର ସାହୁଙ୍କ ପରିବାରକୁ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ଯୋଗାଇ ଦିଆଯିବ ବୋଲି ସୂଚନା ମିଳିଛି। ଏହି ସମୟରେ ସେ ଗଣମାଧ୍ୟମରେ କୌଣସି ପ୍ରତିକ୍ରିୟା ଦେଇପାରିବେ ନାହିଁ ବୋଲି ନି୍ର୍ଦେଶ ଦିଆଯାଇଛି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories