www.samajalive.in
Sunday, December 14, 2025
26.1 C
Bhubaneswar

ଆଜି ବକ୍ସି ଜଗବନ୍ଧୁଙ୍କ ଶ୍ରାଦ୍ଧବାର୍ଷିକୀ, ଜୟଦେବ ଭବନରେ ସାଧାରଣ ସଭା

ଭୁବନେଶ୍ୱର : ଆଜି ହେଉଛି ପାଇକ ବିଦ୍ରୋହର କର୍ଣ୍ଣଧାର ବକ୍ସି ଜଗବନ୍ଧୁଙ୍କ ଶ୍ରାଦ୍ଧବାର୍ଷିକୀ।  ସକାଳେ ମ୍ୟୁଜିୟମ ଛକସ୍ଥିତ ବକି୍ସ ଜଗବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ବିଶିଷ୍ଟ ବ୍ୟକ୍ତିଙ୍କ ଦ୍ୱାରା ମାଲ୍ୟାର୍ପଣ କରାଯାଇଛି। ଏହି ଅବସରରେ ସନ୍ଧ୍ୟାରେ ଜୟଦେବ ଭବନରେ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ରାଜ୍ୟସ୍ତରୀୟ ସାଧାରଣ ସଭା ଆୟୋଜନ କରିବାର କାର୍ଯ୍ୟକ୍ରମ ରହିଛି। ଏଥିରେ କୃତୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ଓ ପ୍ରମାଣପତ୍ର ପ୍ରଦାନ କରାଯିବ ଓ ସ୍ୱରସୁଧା ସାଂସ୍କୃତିକ ଅନୁଷ୍ଠାନର କଳାକାରମାନଙ୍କ ଦ୍ୱାରା ନାଟକ ବକ୍ସି ଜଗବନ୍ଧୁ ପରିବେଷଣ କରାଯିବ।
ଏହି ସଭାରେ ମୁଖ୍ୟ ଅତିଥି ଭାବେ ଜଳ ସମ୍ପଦ, ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସ, ସମ୍ମାନିତ ଅତିଥି ଭାବେ ବିଧାୟକ ପ୍ରଶାନ୍ତ କୁମାର ଜଗଦେବ,  ଉପଦେଷ୍ଟା, ଓଡ଼ିଶା ସରକାର, ଗଣ ମାଧ୍ୟମ ଓ ଲୋକସମ୍ପର୍କ ମାନସ ରଞ୍ଜନ ମଙ୍ଗରାଜ ,  ସମ୍ପାଦକ, ଓଡ଼ିଶା ରିଭ୍ୟୁ ଓ ଉତ୍କଳ ପ୍ରସଙ୍ଗ ଡ଼ଃ ଲେନିନ୍‍ ମହାନ୍ତି , ଓମ୍‍ ପ୍ରକାଶ  ଖ୍ୟାତନାମା ସ୍ତମ୍ଭକାର ଓ ସାମ୍ବାଦିକ ମୁଖ୍ୟବକ୍ତା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

Hot this week

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନୀତିନ ନବୀନ ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି  ଭାବରେ ନୀତିନ ନବୀନ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

Related Articles

Popular Categories