www.samajalive.in
Monday, December 8, 2025
27.1 C
Bhubaneswar

ଓଲଟି ପଡିଲା ଯାତ୍ରୀବାହୀ ବସ୍, ମହିଳାଙ୍କ ସମେତ ୫ ଆହତ

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ଅନ୍ତର୍ଗତ ତିର୍ତୋଲ ସ୍ଥିତ ସଁଅରା ଛକ ନିକଟରେ ଗରୁଡ ବସ ଓଲଟି ପଡିବାରୁ ପାଞ୍ଚ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଶୁକ୍ରବାର ମଧ୍ୟାହ୍ନରେ ଏକ ଘରୋଇ ବସ କଟକରୁ ଛଙ୍କଡ ଶାରଳା ମନ୍ଦିର ଯାଉଥିବା ବେଳେ ସଁଅରା ଛକଠାରେ ଗାଡିର ଆଗ ଚକ ଫାଟି ଯାଇଥିଲା। ଯାହା ଫଳରେ ବସଟି ଭାରସାମ୍ୟ ହରାଇ ରାସ୍ତାକଡକୁ ଓଲଟି ପଡିଥିଲା। ବସରେ  ପ୍ରାୟ ୨୫ ଜଣ ଯାତ୍ରୀ ଥିଲେ। ସେମାନଙ୍କ ମଧ୍ୟରୁ ତିନି ଜଣ ମହିଳାଙ୍କ ସମେତ ପାଞ୍ଚ ଜଣ ଆହତ ହୋଇଥିବା ଜଣାପଡିଛି। ଖବର ପାଇବା ୧୦୮ ଆମ୍ବୁଲାନ୍ସ ଓ ପୁଲିସ ପହଞ୍ଚି ଆହତମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଥିଲେ। ସ୍ଥାନୀୟ ଲୋକମାନେ ମଧ୍ୟ ଉଦ୍ଧାର କାର୍ଯ୍ୟରେ ସହଯୋଗ କରିଥିଲେ। ତେବେ ବସର ବେଗ କମ ଥିବାରୁ ଏକ ବଡ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛି ବୋଲି କୁହାଯାଇଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories