www.samajalive.in
Thursday, December 11, 2025
13.1 C
Bhubaneswar

ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କର ସ୍ୱନକ୍ଷତ୍ର ଦିବସ ପାଳିତ

ଯାଜପୁର: ଜାନୁଆରୀ ୨୪ ତାରିଖ ଅର୍ଥାତ୍ ଆଜି ହେଉଛି ପବିତ୍ର ତ୍ରିବେଣୀ ଅମାବାସ୍ୟା। ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କର ସ୍ୱନକ୍ଷତ୍ର ଦିବସ। ଏଥିପାଇଁ ମା’ଙ୍କୁ ଦର୍ଶନ କରିବା ଓ କୃପା ଭିକ୍ଷା କରିବା ପାଇଁ ଶ୍ରଦ୍ଧାଳୁଙ୍କର ପ୍ରବଳ ଭିଡ ଦେଖିବାକୁ ମିଳିଛି। ଏଥିପାଇଁ ମନ୍ଦିର ପରିସରରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି। ପ୍ରାତଃ ସମୟରେ ମା’ଙ୍କୁ ସ୍ନାନ କରାଯାଇ ସ୍ୱତନ୍ତ୍ର ଭାବେ ସାବିତ୍ରୀ ବେଶରେ ସଜ୍ଜିତ କରାଯାଇ ପିଠା ଭୋଗ ନୈବେଦ୍ୟ ଅର୍ପଣ କରାଯାଇଛି। ମା’ଙ୍କର ଏହି ଦର୍ଶନ ନିମନ୍ତେ ଯାଜପୁର ସମେତ ରାଜ୍ୟ ଓ ରାଜ୍ୟ ବାହାରୁ ବହୁ ସଂଖ୍ୟକ ଶ୍ରଦ୍ଧାଳୁମାନେ ସମବେତ ହୋଇଛନ୍ତି। ପ୍ରାତଃ ୭ଟା ୫୫ ସମୟରେ ମା’ଙ୍କୁ ମହାସ୍ନାନ କରାଯାଇ ଶୋଡଷ ଉପଚାର ପୂଜା, ସ୍ୱନକ୍ଷେତ୍ର ଅବସରରେ ଯଜ୍ଞ ଓ ପୂର୍ଣ୍ଣାହୁତି କରାଯାଇଛି। ମନ୍ଦିର ପରିବେଶରେ ବେଦମନ୍ତ୍ରପାଠ ବେଶ୍ ମୁଖରିତ କରିଛି। ବିରଜା ମନ୍ଦିର ଟ୍ରଷ୍ଟ ପକ୍ଷରୁ ମଧ୍ୟ ଯାତ୍ରୀମାନଙ୍କ ପାଇଁ ସମସ୍ତ ସୁବ୍ୟବସ୍ଥା କରାଯାଇଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories