www.samajalive.in
Monday, December 15, 2025
16.1 C
Bhubaneswar

୨୮ରୁ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ରାଜ୍ୟରେ ଜାନୁଆରୀ ୨୮ ତାରିଖରୁ ବର୍ଷା ହେବାର ସମ୍ଭାବନା ରହିଛି। ୨୮ ତାରିଖରୁ ଦୁଇ ଦିନଯାଏ ଘଡଘଡି ସହ ବର୍ଷା ହୋଇପାରେ। ଉତ୍ତର ଓ ଦକ୍ଷିଣ ଓଡିଶା ମୁଖ୍ୟତ ବର୍ଷାରେ ପ୍ରଭାବିତ ହେବାର ଆଶଙ୍କା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ, ଆସନ୍ତା ୨୭ତାରିଖରେ ପାଗ ଶୁଖିଲା ରହିବ। ୨୮ରେ ୯ ଜିଲ୍ଲାରେ ଘଡଘଡି ସହ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। କଟକ, ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଝାରସୁଗୁଡା, ମୟୁରଭଞ୍ଜ ଓ କେନ୍ଦୁଝର ଜିଲାମାନଙ୍କରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୯ରେ ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଜିଲାରେ  ଘଡଘଡି ସହ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

ପାଣିପାଗ ବିଭାଗ ସୂଚନାଅନୁସାରେ ଶନିବାର ଏବଂ ରବିବାର ରାଜ୍ୟରେ ଶୀତ ଲହରୀ ଅନୁଭୂତ ହେବ। ୨୬ ଏବଂ ୨୭ ତାରିଖରେ  ଅନୁଗୁଳ, ସୋନପୁର, ଝାରସୁଗୁଡା, ଦେବଗଡ, ବଲାଙ୍ଗିର ଜିଲାମାନଙ୍କରରେ ଶୀତ ଲହରୀ ଜାରି ରହିବା ସହ ଥଣ୍ଡା ପବନ ବହିବ। ଏଣୁ ପାଣିପାଗ ବିଭାଗ ପକ୍ଷରୁ ଏହି ୫ ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

- Advertisement -

 

Hot this week

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

Related Articles

Popular Categories