www.samajalive.in
Sunday, December 14, 2025
16.1 C
Bhubaneswar

ବିଶିଷ୍ଟ ସାହିତ୍ୟିକ ମନୋଜ ଦାସଙ୍କୁ ପଦ୍ମଭୂଷଣ, ୧୧ଜଣ ଓଡ଼ିଆଙ୍କୁ ପଦ୍ମ ପୁରସ୍କାର

ନୂଆଦିଲ୍ଲୀ : ସାଧରଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ ଚଳିତ ବର୍ଷର ପଦ୍ମ ପୁରସ୍କାର ଘୋଷଣା କରାଯାଇଛି । ଚଳିତ ବର୍ଷ ୧୪୧ ଜଣଙ୍କୁ ପଦ୍ମ ପୁରସ୍କାର ପ୍ରଦାନ କରାଯିବ।  ୭ ଜଣଙ୍କୁ ପଦ୍ମ ବିଭୂଷଣ,୧୬ ଜଣଙ୍କୁ ପଦ୍ମଭୂଷଣ ଏବଂ ଏବଂ ୧୧୮ ଜଣଙ୍କୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରାଯିବ । ତେବେ ୪ ଜଣଙ୍କୁ ମିଳିତ ଭାବେ ଏହି ପୁରସ୍କାର ପାଇଁ ମନୋନୀତ କରାଯାଇଛି ।

ତେବେ ଗୌରବର କଥା ହେଉଛି ଚଳିତ ବର୍ଷ ୧୧ ଜଣ ଓଡ଼ିଆଙ୍କୁ ପଦ୍ମ ପୁରସ୍କାର ପ୍ରଦାନ କରାଯିବ। ପ୍ରଖ୍ୟାତ ସାହିତ୍ୟିକ ମନୋଜ ଦାସଙ୍କୁ ଚଳିତ ବର୍ଷର ପଦ୍ମଭୂଷଣ ସମ୍ମାନ ପ୍ରଦାନ କରାଯିବ।

- Advertisement -

ସେହିପରି ଚଳଚ୍ଚିତ୍ର ନିର୍ଦେଶକ ସ୍ବର୍ଗତ ମନମୋହନ ମହାପାତ୍ରଙ୍କୁ ମରଣୋତ୍ତର ଭାବେ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରାଯିବ। ସାହିତ୍ୟ ଓ ଶିକ୍ଷା କ୍ଷେତ୍ରକୁ ଅବଦାନ ପାଇଁ ଡକ୍ଟର ଦମୟନ୍ତୀ ବେସ୍ରା, ବୀଣାପାଣି ମହାନ୍ତି ଏବଂ  ଡକ୍ଟର ପ୍ରଶାନ୍ତ କୁମାର ପଟ୍ଟନାୟକଙ୍କୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରାଯିବ । କଳା କ୍ଷେତ୍ରକୁ ଅବଦାନ ପାଇଁ ଉତ୍ସବ ଚରଣ ଦାସ ଓ ମିତ୍ରଭାନୁ ଗୌନ୍ତିଆଙ୍କୁ ପଦ୍ମଶ୍ରୀ ପୁରସ୍କାର ପାଇଁ ମନୋନୀତ କରାଯାଇଛି । ଜୈବିକ କୃଷି‌ି ପାଇଁ ପ୍ରଫେସର ରାଧା ମୋହନ ଓ ତାଙ୍କ ଝିଅ ସାବରମତି ଏବଂ ଚିକିତ୍ସା ପାଇଁ ଡକ୍ଟର ଦିଗମ୍ବର ବେହେରାଙ୍କୁ ପଦ୍ମଶ୍ରୀ ପୁରସ୍କାର ପାଇଁ ମନୋନୀତ କରାଯାଇଛି । ସେହିପରି ପଶୁପାଳନ କ୍ଷେତ୍ରରେ ସଫଳତା ପାଇଁ ବଟକୃଷ୍ଣ ସାହୁଙ୍କୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରାଯିବ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories