www.samajalive.in
Sunday, December 14, 2025
15.1 C
Bhubaneswar

ରବିବାର ରାଶିଫଳ ୨୬। ୦୧।୨୦୨୦

ମେଷ: ସୁଖ ସମ୍ମାନ ଲାଭ କରିବେ। ପରିବାରର ମର୍ୟ୍ୟାଦା ସମ୍ପନ୍ନ ବ୍ୟକ୍ତିର ପରିଚୟ ସୃଷ୍ଟି କରିବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଦୟାଳୁ ସ୍ୱଭାବ ସମ୍ପନ୍ନ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ।
ବୃଷ: ଆନ୍ତରିକତାର ସହ ଗୁରୁଜନଙ୍କ ଆଶୀର୍ବାଦ ପାଇବେ। ସେବା-ଧର୍ମକୁ ଆଦରି ନେଇପାରନ୍ତି। ଭାଗ୍ୟଶାଳୀ ହେବେ। ଦିନଟି ଭୋଗ-ବିଳାସରେ ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ୱାନ୍‍, ଧର୍ମାତ୍ମା ଓ ସାହସୀ ହେବେ।
ମିଥୁନ: ଘାତଚନ୍ଦ୍ର ଓ ଅଷ୍ଟମ ଚନ୍ଦ୍ର ଏକତ୍ର ଭୋଗ ହେଉଥିବାରୁ ଶିବ ଦର୍ଶନ ଶୁଭପ୍ରଦ ହେବ। ସୁଖ ମିଳିବା କଷ୍ଟପ୍ରଦ ହେବ। ଈର୍ଷାଳୁ ସ୍ୱଭାବର ହୋଇପାରନ୍ତି। ସ୍ୱାଭିମାନୀ ହେବେ। ଯୁଗ୍ମ ବ୍ୟବସାୟରୁ ଲାଭ ମିଳିବ। ଶୁକ୍ରଙ୍କ ଶୁଭ ଭାବ ଯୋଗୁଁ ଉତ୍ତମ ବଂଶରୁ କନ୍ୟାଲାଭ ହେବ।
କର୍କଟ: ବୁଝି ବିଚାରି କାର୍ୟ୍ୟ କଲେ ପ୍ରମାଦହୀନ ହୋଇପାରନ୍ତି। ଆମୋଦ-ପ୍ରମୋଦର ସମୟ କଟିବ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବୀ ହୋଇପାରନ୍ତି। ଶାନ୍ତ ଓ ଧୈର୍ୟ୍ୟବାନ୍‍ ହେବେ। ପତ୍ନୀଙ୍କ କଥାରେ ପରିଚାଳିତ ହେବେ। ମନରେ ଅହଂଭାବ ଆସିବ।
ସିଂହ: ନିଜକୁ ଅସହାୟ ମନେ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ବଳିଷ୍ଠ ହେବେ। ଶତ୍ରୁହନ୍ତା ହେବା ଆଶାକରାଯାଏ।
କନ୍ୟା: ଆଲୋଚନା ମାଧ୍ୟମରେ କାର୍ୟ୍ୟ କଲେ ସଫଳତା ମିଳିବ। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନଲାଭର ସୁଯୋଗ ଅଛି। ଲଟେରି ଉଠାଣ ଫଳ ଆପଣଙ୍କ ସପକ୍ଷରେ ଯିବ। ବ୍ୟବସାୟରେ ପ୍ରଚୁର ଧନଲାଭ ହେବ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିିବ।
ତୁଳା: ଗୁରୁତ୍ୱପୂର୍ଣ୍ଣ କାର୍ୟ୍ୟ ପାଇଁ ସମୟ ଉପଯୋଗୀ ହେବେ। କଳହଠାରୁ ଦୂରେଇ ରହିବେ। ଉଦାର ସ୍ୱଭାବର ହୋଇପାରନ୍ତି। ଦାନ-ଧର୍ମକୁ ଜୀବନର ଦୀକ୍ଷାଭାବେ ଗ୍ରହଣ କରିବେ। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି। କୃଷିରୁ ଲାଭ ପାଇ ସନ୍ତୁଷ୍ଟ ହେବେ।
ବିଛା: କର୍ମକ୍ଷେତ୍ରରେ ଆଗକୁ ବଢ଼ି ଚାଲିବେ। ଲାଗି ରହିଥିବା ବାଦ-ବିବାଦରେ ବିଜୟୀ ହେବେ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ୱଭାବର ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିବ। ପୂଜା ପାଠରେ ମନ ଦେଇପାରନ୍ତି।
ଧନୁ: ଆଶାବାଦୀ ହେବେ। ପରମ ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀ. ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ବିଭିନ୍ନ ଦିଗରୁ ଧନାଗମ ହେବାର ସୂଚନା ମିଳୁଛି। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। ସୁଖୀ ହୋଇପାରନ୍ତି।
ମକର: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୁଚିକର ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ରୋଜଗାର ପରିମାଣ ବୃଦ୍ଧି ପାଇବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମାଲିମୋକଦ୍ଦମାରେ ବିଜୟୀ ହୋଇ ଧନପ୍ରାପ୍ତ ହୋଇପାରନ୍ତି। ଐଶ୍ୱର୍ୟ୍ୟଯୁକ୍ତ ହୋଇପାରନ୍ତି।
କୁମ୍ଭ: ସମ୍ମାନିତ ହେବେ; ମାତ୍ର ବ୍ୟୟ ବହୁଳ ହୋଇପାରେ। ଥଣ୍ଡା କଫଜନିତ ସାମାନ୍ୟ କଷ୍ଟ ଅନୁଭବ କରିପାରନ୍ତି। ଏକାନ୍ତରେ ରହି ଲେଖାଲେଖି କରିବାକୁ ଇଚ୍ଛା ପ୍ରକାଶ କରିପାରନ୍ତି। ମଧୁରଭାଷୀ ହେବେ। ଧର୍ମ-ଧାରଣାରେ ନିୟୋଜିତ ହେବେ।
ମୀନ: ଆୟ ବୃଦ୍ଧିର ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ସୁଖୀ ହେବେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories