www.samajalive.in
Monday, December 15, 2025
16.1 C
Bhubaneswar

କରୋନା ଭାଇରସ ସ୍ଥିତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ

ନୂଆଦିଲ୍ଲୀ: ଚୀନରେ କରୋନା ଭାଇରସ ବ୍ୟାପିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିର୍ଦ୍ଦେଶକ୍ରମେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି.କେ. ମିଶ୍ର ଏକ ଉଚ୍ଚସ୍ତରୀୟ ବୈଠକରେ ସ୍ଥିତି ସମୀକ୍ଷା କରିଛନ୍ତି। ବୈଠକରେ ଉପସ୍ଥିତ ଅଧିକାରୀମାନେ ପ୍ରମୁଖ ସଚିବଙ୍କୁ କରୋନା ଭାଇରସ ବ୍ୟାପିବାର ବର୍ତମାନର ସ୍ଥିତି, ପ୍ରଯୁକ୍ତି ଏବଂ ସତର୍କତାମୂଳକ ପଦକ୍ଷେପ ସମ୍ପର୍କରେ ଅବଗତ କରାଇଥିଲେ। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ରୋଗୀଙ୍କ ଚିକିତ୍ସା ନିମନ୍ତେ ଡାକ୍ତରଖାନାରେ କରାଯାଇଥିବା ପ୍ରସ୍ତୁତି, ପରୀକ୍ଷାଗାରର ପ୍ରସ୍ତୁତି, ତ୍ୱରିତ କାର୍ଯ୍ୟାନୁଷ୍ଠାନ ଦଳର ସାମର୍ଥ୍ୟ ବୃଦ୍ଧି ଦିଗରେ ନିଆଯାଇଥିବା ପଦକ୍ଷେପ ଏବଂ ବ୍ୟାପକ ନିରୀକ୍ଷଣ କାର୍ଯ୍ୟକଳାପ ସମ୍ପର୍କରେ ପ୍ରମୁଖ ସଚିବଙ୍କୁ ଅବଗତ କରାଯାଇଥିଲା।

ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଭଳି ଅନ୍ୟ ମନ୍ତ୍ରଣାଳୟ ପକ୍ଷରୁ ନିଆଯାଇଥିବା ସତର୍କତାମୂଳକ ପଦକ୍ଷେପର ମଧ୍ୟ ପ୍ରମୁଖ ସଚିବ ସମୀକ୍ଷା କରିଥିଲେ। ଅଧିକାରୀମାନେ ପ୍ରମୁଖ ସଚିବଙ୍କୁ ଆଶ୍ୱାସନା ଦେଇଥିଲେ ଯେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସମେତ ଅନ୍ୟ ମନ୍ତ୍ରଣାଳୟ ଏବଂ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶ ସରକାରଙ୍କ ସହ ସମନ୍ୱୟ ରଖାଯାଇ ସ୍ଥିତି ଉପରେ ଗଭୀର ଭାବେ ନିରୀକ୍ଷଣ କରାଯାଉଛି।ବର୍ତମାନ ସୁଦ୍ଧା ୭ଟି ଅନ୍ତର୍ଜାତୀୟ ବିମାନବନ୍ଦରରେ ୧୧୫ଟି ବିମାନରେ ଆସିଥିବା ୨୦ ହଜାର ଯାତ୍ରୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇସାରିଛି। ସାରା ଦେଶରେ ଥିବା ଜାତୀୟ ଭାଇରୋଲୋଜି ଇନଷ୍ଟିଚ୍ୟୁଟର ପରୀକ୍ଷାଗାରରେ ଭାଇରସ ଚିହ୍ନଟ କରିବା ଲାଗି ଆବଶ୍ୟକ ବ୍ୟବସ୍ଥା କରାଯାଇଛି। ଏ ସଂକ୍ରାନ୍ତରେ ସମସ୍ତ ରାଜ୍ୟ ଓ ଜିଲ୍ଲା ସ୍ୱାସ୍ଥ୍ୟ କର୍ତୃପକ୍ଷଙ୍କୁ ଅବଗତ କରାଯାଇଛି।

Hot this week

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

Related Articles

Popular Categories