www.samajalive.in
Thursday, December 11, 2025
16.1 C
Bhubaneswar

ଆଗକୁ ବର୍ଷା, କମୁଛି ଶୀତ – ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଶୀତ ସାମାନ୍ୟ ହ୍ରାସ ପାଇଛି। ତେବେ ଆସନ୍ତାକାଲିଠାରୁ ଦୁଇ ଦିନ ଧରି କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।  ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଆସନ୍ତାକାଲି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି।

ସେହିଭଳି ଆସନ୍ତା ଗୁରୁବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢ଼େଙ୍କାନାଳ, ଖୋର୍ଦ୍ଧା ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାବ୍ୟତୀତ ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳ, କଟକ, ଯାଜପୁର, ଭଦ୍ରକ ଏବଂ ଝାରସୁଗୁଡାରେ ଘନ କୁହୁଡି ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Hot this week

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

Related Articles

Popular Categories