www.samajalive.in
Monday, December 8, 2025
14.1 C
Bhubaneswar

ବାଇକକୁ ଧକ୍କା ଦେଲା ହାଇଓ୍ବା : ୧ମୃତ, ୧ ଗୁରୁତର

ଜଗତସିଂହପୁର : ଜଗତସିଂହପୁର ଜିଲା ପାରାଦୀପ ଟର୍ମିନାଲ ଛକ ଠାରେ ଗୁରୁବାର ଏକ ବାଇକକୁ ହାଇଓ୍ବା ଧକ୍କା ଦେଇଛି। ଫଳରେ ଘଟଣାସ୍ଥଳରେ ବାଇକ ଆରୋହୀଙ୍କର ମୄତ୍ୟୁ ଘଟିଥିବାବେଳେ ଅନ୍ୟଜଣେ ଗୁରୁତର ଆହତ ହୋଇଛନ୍ତି। ମୄତକ ଜଣଙ୍କ ହେଲେ ନିତେଶ ଠାକୁର । ତାଙ୍କ ଘର ବିହାରରେ ହୋଇଥିବା ବେଳେ ସେ ପାରାଦୀପର ଏକ କମ୍ପାନୀରେ କାର୍ଯ୍ୟ କରୁଥିଲେ। ଦୁର୍ଘଟଣାରେ ଗୁରୁତର ବ୍ୟକ୍ତିଙ୍କୁ ସ୍ଥାନୀୟଲାକେ ଉଦ୍ଧାର କରି ପ୍ରଥମେ ପାରାଦୀପ  ଅଠରବାଙ୍କୀ ମେଡ଼ିକାଲରେ ଭର୍ତ୍ତି କରିଥିଲେ। ମାତ୍ର ସେଠାରେ ତାଙ୍କର ଆବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ମେଡାକାଲ ସ୍ଥାନାନ୍ତର କରାଯାଇଛି।

ସୂଚନା ଅନୁଯାୟୀ,  ଆଜି ନିତେଶ  ଓ ଅନ୍ୟଜଣେ ବ୍ୟକ୍ତି  ବାଇକରେ ଯାଉଥିବା ସମୟରେ ଏକ ହାଇଓ୍ବା  ତାଙ୍କ ବାଇକକୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ନିତେଶଙ୍କର ମୃତ୍ୟୁ ଘଟିଥିବାବେଳେ ତାଙ୍କ ବାଇକରେ ବସିଥିବା ଅନ୍ୟଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଥିଲେ। ଘଟଣାସ୍ଥଳରେ ପାରାଦୀପ ଆଦର୍ଶ ଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories