www.samajalive.in
Saturday, December 6, 2025
16.1 C
Bhubaneswar

ନ୍ୟୁଜିଲାଣ୍ଡ ପାଇଁ ୧୬୬ ରନ୍‌ର ବିଜୟ ଲକ୍ଷ୍ୟ

ୱେଲିଂଟନ: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ୪ର୍ଥ ଟି-୨୦ରେ ଟିମ୍‌ ଇଣ୍ଡିଆ ଘରୋଇ ଦଳ ପାଇଁ ୧୬୬ ରନ୍‌ର ବିଜୟ ଲକ୍ଷ୍ୟ ଦେଇଛି। ଭାରତ ପ୍ରଥମେ ବ୍ୟାଟିଂ କରି ୮ ଉଇକେଟ୍‌ ବିନିମୟରେ ୧୬୫ ରନ୍‌ କରିବାରେ ସକ୍ଷମ ହୋଇଛି। ମଧ୍ୟକ୍ରମରେ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିବା ଭାରତ ମନୀଷ ପାଣ୍ଡେଙ୍କ ଅର୍ଦ୍ଧଶତକ ଏବଂ କେ.ଏଲ. ରାହୁଲଙ୍କ ଧୂଆଁଧାର ୩୯ ରନ ବଳରେ ଏହି ସମ୍ମାନଜନକ ସ୍କୋର କରିବାରେ ସଫଳ ହୋଇଛି। ଶାର୍ଦୁଳ ଠାକୁର ଗୁରୁତ୍ଵପୂର୍ଣ୍ଣ ୨୦ ରନ୍‌ କରିଥିଲେ। ନ୍ୟୁଜିଲାଣ୍ଡ ପକ୍ଷରୁ ଇସ୍‌ ଶୋଧି ୩ଟି, ହାମିଶ ବେନେଟ ୨ଟି ଏବଂ ଟିମ୍‌ ସାଉଦୀ, ସ୍କଟ୍‌ କୁଗେଲେଜିନ ଓ ସାଣ୍ଟନର ଗୋଟିଏ ଲେଖାଏ ଉଇକେଟ୍‌ ହାସଲ କରିଥିଲେ।

ସୂଚନାଯୋଗ୍ୟ, ୫ ମ୍ୟାଚ୍‌ ବିଶିଷ୍ଟ ଏହି ଟି-୨୦ ଶୃଙ୍ଖଳାରେ ଭାରତ ପ୍ରଥମ ୩ଟି ମ୍ୟାଚରେ ବିଜୟ ଲାଭ କରି ସିରିଜକୁ ହାତେଇ ନେଇଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories