www.samajalive.in
Tuesday, December 9, 2025
17.1 C
Bhubaneswar

ବଜେଟରୁ ଓଡ଼ିଶା ଭଳି ରାଜ୍ୟ ବେଶୀ ଲାଭ ପାଇବ : ଧର୍ମେନ୍ଦ୍ର

ନୂଆଦିଲ୍ଲୀ : ସଂସଦରେ ଶନିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଦ୍ୱାରା ଆଗତ ହୋଇଥିବା ଚଳିତବର୍ଷର ସାଧାରଣ ବଜେଟ୍‍ ଦ୍ୱାରା ଭାରତବର୍ଷର କୃଷକ, ମହିଳା, ଯୁବକ, ଜନଜାତି, ଦଳିତ ଓ ପଛୁଆ ବର୍ଗର ଲୋକମାନେ ଅଧିକ ଲାଭାନ୍ୱିତ ହେବେ। ବିଶେଷ ଭାବରେ ଓଡିଶା ଭଳି ରାଜ୍ୟରେ ଜନଜାତି, ଦଳିତ ଓ ପଛୁଆ ବର୍ଗର ଲୋକମାନଙ୍କର ସଂଖ୍ୟା ଢେର୍‍ ଅଧିକ ଥିବାରୁ ଏହି ବଜେଟରୁ ଓଡିଶା ଭଳି ରାଜ୍ୟ ସବୁଠୁ ବେଶୀ ଲାଭ ପାଇବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୨୦୨୦-୨୧ ଆର୍ଥିକ ବର୍ଷର ସାଧାରଣ ବଜେଟକୁ ଯୁଗାନ୍ତକାରୀ ବଜେଟ୍‍ କହିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଅର୍ଥମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ। ଶ୍ରୀ ପ୍ରଧାନ କହିଛନ୍ତି ଯେ ଏହି ବଜେଟରେ ଘୋଷଣା କରାଯାଇଥିବା କାରଣରୁ ଓଡିଶା ଭଳି ରାଜ୍ୟରେ ବ୍ଲୁ ଇକୋନୋମି ମାଧ୍ୟମରେ ମାଛ ଉତ୍ପାଦନକୁ ଦୁଇଗୁଣା କରାଯିବ। ଯୁବକମାନଙ୍କର ମେରାଇନ୍‍ ବ୍ୟବସାୟରେ ଭାଗିଦାରୀ ବଢାଇବା ପାଇଁ ‘ସାଗରମିତ୍ର’ ଭଳି କାର୍ଯ୍ୟକ୍ରମ ସାମ୍ନାକୁ ଅଣାଯାଇଛି। ଦେଶର ଗ୍ରାମ ପଞ୍ଚାୟତ ଗୁଡିକୁ ଭାରତ ନେଟ୍‍ ମାଧ୍ୟମରେ ଯୋଡାଯିବ। ସରକାରୀ ସୁବିଧାରୁ ବଞ୍ଚିତ ସାଧାରଣ ତଥା ଗରିବ ଶ୍ରେଣୀର ଲୋକ ଏହାର ଲାଭ ପାଇବେ। ସେହିପରି ପ୍ରତି ଗାଁରେ କୃଷି ଆଧାରିତ ବଜାର ବ୍ୟବସ୍ଥା ତିଆରି କରିବା , ଶୀତଳ ଭଣ୍ଡାର ବ୍ୟବସ୍ଥାକୁ ବଢାଇବା ପାଇଁ ବଜେଟରେ ଗୁରୁତ୍ୱ ଦିଆଯାଇଛି। ପଛୁଆ ରାଜ୍ୟ ମାନଙ୍କର ବିକାଶ ମୋଦୀ ସରକାରଙ୍କ ପ୍ରାଥମିକତା ବୋଲି କହିବା ସହ ଏଭଳି ନୀତି କାରଣରୁ ଓଡିଶା ଭଳି ରାଜ୍ୟ ଲାଭ ପାଇବ ବୋଲି ସେ କହିଛନ୍ତି। ଶ୍ରୀ ପ୍ରଧାନ ଆହୁରି କହିଛନ୍ତି ଯେ ବଜେଟରେ ଶିକ୍ଷା, ସ୍ୱାସ୍ଥ୍ୟ କ୍ଷେତ୍ରରେ ନିବେଶ ବଢାଯାଇଛି। ଢାଞ୍ଚାଗତ କ୍ଷେତ୍ର ତଥା ସଡକପଥ, ରେଳ, ବିମାନ, ଜଳପଥର ବିକାଶ ପାଇଁ ଗୁରୁତ୍ୱ ଦିଆଯାଇଛି। ଏହିସବୁ କାମର ଲାଭ ଓଡିଶା ରାଜ୍ୟ ମଧ୍ୟ ପାଇବ। ଅପରପକ୍ଷରେ ଯେଉଁ ଅଞ୍ଚଳରେ ଜଙ୍ଗଲ ଅଧିକା ଅଛି ସେହି ରାଜ୍ୟକୁ ଅଧିକ ପଇସା ଦିଆଯିବା ନେଇ ପଞ୍ଚଦଶ ଅର୍ଥ ଆୟୋଗ ବ୍ୟବସ୍ଥା ହୋଇଛି। ଓଡ଼ିଶାରେ ଜଙ୍ଗଲର ମାତ୍ରା ବୃଦ୍ଧି ପାଇଥିବାରୁ ଓଡ଼ିଶାକୁ ଏହାର ଫାଇଦା ମିଳିବ। ଏହାବ୍ୟତିତ ମଧ୍ୟବିତ ଓ ବ୍ୟବସାୟୀଙ୍କ ପାଇଁ ବଜେଟରେ ନୂଆ ନୀତି ଅଣାଯାଇଛି। ବ୍ୟକ୍ତିଗତ ଆୟରେ ଲାଗୁଥିବା ଟିକସ ହ୍ରାସ କରାଯାଇଛି।
କର୍ପୋରେଟ୍‍ ଜଗତ ପାଇଁ ଟିକସରେ ସୁଧାର ଅଣାଯାଇଛି। ଷ୍ଟାଟଅପ୍‍ କରୁଥିବା ବ୍ୟକ୍ତିଙ୍କୁ ଟିକସ ରହାତି ଦିଆଯାଇଛି। ଯଦ୍ୱାରା କରଦାତା ଓ ବ୍ୟବସାୟୀ ଉଭୟ ଲାଭ ପାଇବେ। ଓଡିଶା ମଧବର୍ଗୀୟ ରାଜ୍ୟ ହେଉଥିବାରୁ ଓଡିଶା ଲାଭ ପାଇବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି। ଅର୍ଥନୀତିରେ ଯେଉଁ ଦୁର୍ବଳବସ୍ଥା ଦେଖାଯାଇଥିଲା ସେହିଭଳି ଅର୍ଥନୀତିରୁ ବାହାରିବା ପାଇଁ ଏହାଠୁ ଭଲ ପଦକ୍ଷେପ କିଛି ହୋଇନପାରେ। ସାରା ଭାରତବର୍ଷର ସାଧାରଣ ଲୋ​‌େ​‌କ ଏହି ବଜେଟରୁ ଅଧିକ ଲାଭାର୍ଥୀ ହେବେ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories