www.samajalive.in
Wednesday, December 10, 2025
26.1 C
Bhubaneswar

୫ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା

ଭୁବନେଶ୍ବର : ଆସନ୍ତା ୫ ତାରିଖ ଯାଏ ରାଜ୍ୟରେ ପାଗ ମେଘୁଆ ରହିବ। କିଛି ସ୍ଥାନରେ ଘଡ଼ଘଡ଼ି ବର୍ଷା ସହିତ ଘନ କୁହୁଡ଼ିର ସମ୍ଭାବନା ରହିଛି। ଆଇଏମ୍‌ଡି ପକ୍ଷରୁ କୁହାଯାଇଛି ଯେ ରବିବାର ଗଜପତି, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା, ଖୋର୍ଦ୍ଧା, ପୁରୀ, ନୟାଗଡ଼ ଓ କଳାହାଣ୍ଡିରେ ବର୍ଷାର ଯଥେଷ୍ଟ ସମ୍ଭାବନା ରହିଛି। ସେହିପରି ଏଠାରେ କୁହୁଡ଼ି ମଧ୍ୟ ଦେଖାଦେବ।
ଗୁରୁବାର ପର୍ଯ୍ୟନ୍ତ ଆକାଶ ମେଘୁଆ ରହିବା ବର୍ଷା ସମ୍ଭାବନା ଲାଗିରହିବ। ଦୁଇ ତିନିଦିନ ପର୍ଯ୍ୟନ୍ତ ରାତି ସମୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ। ଗତକାଲି ସୋନପୁରରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡ଼ାରେ ୧୦.୫, ଅନୁଗୋଳରେ ୧୧, ଟିଟିଲାଗଡ଼ରେ ୧୧.୬, ଦାରିଙ୍ଗିବାଡ଼ିରେ ୧୨.୫, ବାଲେଶ୍ବରରେ ୧୩.୨, ଭୁବନେଶ୍ବର ଓ ପୁରୀରେ ୧୬.୬, ରାୟଗଡ଼ାରେ ୧୮, ଗୋପାଳପୁରରେ ୨୦.୩ ଡିଗ୍ରୀ ରେକର୍ଡ କରାଯାଇଛି।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories