www.samajalive.in
Friday, December 12, 2025
27.1 C
Bhubaneswar

ସୋନିଆଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର

ନୂଆଦିଲ୍ଲୀ : କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ହୋଇଥିବା ଜଣାପଡ଼ିଛି। ସେ ୪୮ଘଣ୍ଟା ହେବ ଦିଲ୍ଲୀର ସାର ଗଙ୍ଗାରାମ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଏବେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବାବେଳେ ତାଙ୍କ ପାଇଁ କୌଣସି ବିପଦ ନଥିବା ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତର କହିଛନ୍ତି।
ଉଲ୍ଲେଖ ଯୋଗ୍ୟ, କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ଗତ ରବିବାର ସନ୍ଧ୍ୟାରୁ ଚିକିତ୍ସା ପାଇଁ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ୭୩ ବର୍ଷୀୟା ସୋନିଆ ବର୍ତ୍ତମାନ ଅଖିଳ ଭାରତୀୟ କଂଗ୍ରେସ କମିଟି(ଏଆଇସିସି)ର ଅନ୍ତରୀଣ ଅଧ୍ୟକ୍ଷ ସମେତ ୟୁପିଏ(ସଂଯୁକ୍ତ ପ୍ରଗତିଶୀଳ ମେଣ୍ଟ) ଅଧ୍ୟକ୍ଷ ପଦବୀରେ ଅଛନ୍ତି। ସେ ବିଗତ କିଛି ବର୍ଷ ହେଲା ସ୍ବାସ୍ଥ୍ୟ ସଂପର୍କିତ ସମସ୍ୟାରେ ରହିଛନ୍ତି। ସ୍ବାସ୍ଥ୍ୟଗତ କାରଣରୁ ସେ ରାଜନୀତିରେ ପୂର୍ବ ଭଳି ସକ୍ରିୟ ମଧ୍ୟ ରହୁନାହାନ୍ତି।

Hot this week

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

Related Articles

Popular Categories