www.samajalive.in
Saturday, December 13, 2025
26.1 C
Bhubaneswar

କେରଳ ମୁଖ୍ୟମନ୍ତ୍ରୀ ଡାକ୍ତରଖାନାରେ ଭର୍ତ୍ତି

ଚେନ୍ନଇ : କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କୁ ଅସୁସ୍ଥତା କାରଣରୁ ଚନ୍ନେଇସ୍ଥିତ ଏକ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଗତକାଲି ବିଳମ୍ବିତ ରାତିରେ ପିନାରାଇ ବିଜୟନ ଅସୁସ୍ଥତା ଅନୁଭବ କରିଥିଲେ । ପରେ ସ୍ୱାସ୍ଥ୍ୟ ଅବସ୍ଥା ଅଧିକ ଗୁରୁତର ହେବାରୁ ତାଙ୍କୁ ବିଳମ୍ବିତ ରାତିରେ ଚେନ୍ନଇସ୍ଥିତ ଆପଲୋ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ବୋଲି ଦଳୀୟ ମୁଖପାତ୍ର କହିଛନ୍ତି । ସେ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି । ମାତ୍ର ତାଙ୍କର କଣ ହୋଇଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ । ସୂଚନା ଅନୁସାରେ ଶୁକ୍ରବାର ୭୨ ବର୍ଷିୟ ବିଜୟନ ରୁଟି ଚୋରି ଅଭିଯୋଗରେ ହତ୍ୟାର ଶିକାର ହୋଇଥିବା ଆଦିବାସୀ ଯୁବକ ମଧୁଙ୍କ ଘରକୁ ଯାଇଥିଲେ । ସେଠାରେ ସେ ଅଭିଯୁକ୍ତଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନେବାକୁ ପ୍ରତିଶ୍ରୁତି ଦେଇଥିଲେ । ପରେ ବିଳମ୍ବିତ ରାତିରେ ଅସୁସ୍ଥତା ଅନୁଭବ କରିଥିଲେ । ଅବସ୍ଥା ଗରୁତର ହେବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories