www.samajalive.in
Monday, December 8, 2025
24.1 C
Bhubaneswar

ଗଛରେ ପିଟି ହେଲା ଆମ୍ବୁଲାନ୍ସ, ଚାଳକ ଗୁରୁତର

ନୀଳଗିରି : ବାଲେଶ୍ୱର ଜିଲା ସେରଗଡ଼ ନୀଳଗିରି ଉଦଳା ରାସ୍ତା ଆମ୍ବୁଡ଼ିହା ନିକଟରେ ଗଛରେ ପିଟି ହୋଇ ଶନିବାର ସକାଳେ ଏକ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଆମ୍ବୁଲାନ୍ସ ଚାଳକଙ୍କ ସମେତ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ଆମ୍ବୁଲାନ୍ସ ଚାଳକ ଜଣଙ୍କ ମିତ୍ରପୁର ଅଞ୍ଚଳର ଖଗେନ୍ଦ୍ର ମହାଳିକ ଓ ଅନ୍ୟ ଜଣେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଗ୍ରାମର ଯୋଗେଶ୍ୱର ମହନ୍ତ ବୋଲି ଜଣାପଡ଼ିଛି। ଦୁର୍ଘଟଣା ପରେ ସ୍ଥାନୀୟଲୋକେ ଓ ଦମକଳ କର୍ମଚାରୀ ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ନୀଳଗିରି ଡ଼ାକ୍ତରଖାନାରେ ଭର୍ତ୍ତି କରିଥିଲେ। ମାତ୍ର ସେଠାରେ ଉଭୟଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ ବାଲେଶ୍ୱର ମୁଖ୍ୟ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଖଗେନ୍ଦ୍ରଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଅଧିକ ଗୁରୁତର ରହିଛି। ଉକ୍ତ ଆମ୍ବୁଲାନ୍ସଟି ରୋଗୀଙ୍କୁ ଛାଡ଼ି ଆସୁଥିବା ସମୟରେ ଆମ୍ବୁଡ଼ିହା ନିକଟରେ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି ବୋଲି ସୂଚନା ମିଳିଛି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories