www.samajalive.in
Sunday, December 14, 2025
19.1 C
Bhubaneswar

୧୦ ଜିଲାକୁ ସତର୍କ ସୂଚନା : ରାଜ୍ୟର ବିଭିନ୍ନ ସ୍ଥାନରେ ପବନସହ ଘଡଘଡ଼ି ବର୍ଷା ସମ୍ଭାବନା

ଭୁବନେଶ୍ବର : ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ କୋହାଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ଲାଗି ରହିଛି। ୩୦ ରୁ ୪୦ କିମି ବେଗରେ ପବନ ବହିବାସହ ଭଦ୍ରକ, ବାଲେଶ୍ବର , ମୟୁରଭଞ୍ଜ, କେନ୍ଦୁଝର, ଝାରସୁଗୁଡା,ଦେବଗଡ଼, ସମ୍ବଲପୁର, ବରଗଡ଼, ସୋନପୁର ଓ ବୌଦ ଆଦି ୧୦ଟା ଜିଲାରେ ଘଡ଼ଘଡ଼ିସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣି ପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ସୂଚନା ଅନୁଯାୟୀ, ଘର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୯ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବ। ଏହାସହ ୧୦ ରୁ ଶୀତ ବଢିବ ବୋଲି ଜଣାପଡ଼ିଛି। ୧୦ ତାରିଖ ପରେ ବିଶେଷ କରି ରାତି ସମୟରେ ତାପମାତ୍ରା ୩ ରୁ ୫ ଡ଼ିଗ୍ରୀ ହ୍ରାସ ପାଇବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣି ପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ୩୦ପବନ ସହ ଘୂର୍ଣ୍ଣିଝଡ଼ ସମ୍ଭାବନା ଥିବାରୁ ସ୍ଥିତି ଉପରେ ନଜର ରଖିବାକୁ ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଆବଶ୍ୟକ ପଦକ୍ଷେପ ନେବା ସହ ଘନ କୁହୁଡ଼ି ପ୍ରତି ସତର୍କ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଘନ କୁହୁଡ଼ି ପଡ଼ିଥିଲେ ଜାତୀୟ ରାଜପଥରେ ଗାଡ଼ି ଚଳାଚଳ ପ୍ରତି ଦୃଷ୍ଟି ଦେବାକୁ , ପୁଲିସ ଓ ପରିବହନ ଅଧିକାରୀଙ୍କ ସହାୟତାରେ ଗାଡ଼ି ନିୟନ୍ତ୍ରଣ ପାଇଁ , ବର୍ଷା ତଥା କୁହୁଡ଼ି ଜନିତ ଅଘଟଣ ଘଟିଲେ ତ୍ୱରିତ ପଦକ୍ଷେପ ନେବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।

Hot this week

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

Related Articles

Popular Categories