www.samajalive.in
Sunday, December 14, 2025
16.1 C
Bhubaneswar

ବସ ଦୁର୍ଘଟଣାରେ ମୃତାହତଙ୍କ ପାଇଁ ସହାୟତା ଘୋଷଣା, ତଦନ୍ତ ପାଇଁ ପରିବହନ ମନ୍ତ୍ରୀ ନିର୍ଦେଶ

ଭୁବନେଶ୍ବର: ଗଞ୍ଜାମ ଜିଲା ଗୋଳନ୍ଥରାରେ ୧୧ କେଭି ତାର ସଂସ୍ପର୍ଶ​‌ରେ ଆସି ହୋଇଥିବା ବସ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିବା ସହ ମୃତାହତଙ୍କ ପରିବାର ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ। ଏହା ସହ ଆହତଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରାଧାନ ଟ୍ଵିଟ୍ କରି ଶୋକ ବ୍ୟକ୍ତ କରିଛନ୍ତି। ସେ ଲେଖିଛନ୍ତି ଯେ, ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଗୋଳନ୍ଥରାର ମେଣ୍ଡରାଜପୁର ଠାରେ ୧୧ କେଭି ବିଦ୍ୟୁତ ଲାଇନ୍ ସଂସ୍ପର୍ଶରେ ଆସି ବସରେ ନିଆଁ ଲାଗିବା କାରଣରୁ ଅନେକ ଯାତ୍ରୀ ମୃତାହତ ହେବା ଖବର ଶୁଣି ମୁଁ ଦୁଃଖିତ। ସ୍ଥାନୀୟ ଜିଲ୍ଲା ପ୍ରଶାସନ ଓ ସ୍ୱାସ୍ଥ୍ୟ ବିଭାଗ ଆହତଙ୍କୁ ଉତ୍ତମମାନର ଚିକିତ୍ସା ଯୋଗାଇଦେବେ ବୋଲି ମୋର ଆଶା।

- Advertisement -


ଏହା ସହ କେଉଁ କାରଣରୁ ଏପରି ଦୁର୍ଭାଗ୍ୟଜନକ ଘଟଣା ଘଟିଲା ଏହାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦାବି କରିଛନ୍ତି। ଭବିଷ୍ୟତରେ ଯେପରି ଏହିପରି ଘଟଣା ନ ଘଟେ ସେଥିପାଇଁ ସଜାଗ ରହିବା ଜରୁରୀ ବୋଲି କହିଛନ୍ତି।

ତେବେ ଘଟଣାର ଗମ୍ଭୀରତକୁ ଦୃଷ୍ଟିରେ ରଖି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଘଟଣାର ତଦନ୍ତ ପାଇଁ ନିର୍ଦେଶ ସେଇଛନ୍ତି। ଏହି ଅଘଟଣ ପାଇଁ ସେ  ବିଦ୍ୟୁତ୍ ବିଭାଗକୁ ଦାୟୀ କରିଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories