www.samajalive.in
Sunday, December 14, 2025
17.1 C
Bhubaneswar

ବ୍ରହ୍ମପୁର : ୧୧ କେଭି ବିଦ୍ୟୁତ ଲାଇନ ସଂସ୍ପର୍ଶରେ ଆସି ଯାତ୍ରୀ ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି

ବ୍ରହ୍ମପୁର : ୧୧ କେଭି ବିଦ୍ୟୁତ ଲାଇନ ସଂସ୍ପର୍ଶରେ ଆସି ଯାତ୍ରୀ ମୃତ ସଂଖ୍ୟା ୧୦କୁ ବୃଦ୍ଧି ପାଇଛି। ହସ୍ପିଟାଲରେ ପହଞ୍ଚିବାବେଳକୁ ମୃତ୍ୟୁ ଘଟିସାରିଥିବା କଟକ ବଡ଼ ମେଡିକାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। କଟକ ବଡ଼ ମେଡିକାଲକୁ ୯ ଜଣଙ୍କୁ ସ୍ଥାନାନ୍ତରଣ କରାଯାଇଥିଲା। ପହଞ୍ଚିଥିବା ୩ଜଣ ଯାତ୍ରୀଙ୍କ ମଧ୍ୟରୁ ୟୁ..ଦେବରାଜଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।

ସୂଚନା ଅନୁଯାୟୀ, ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଟୁଲୁ ରାସ୍ତାରେ ଏକ ବଡ ଧରଣର ଦୁର୍ଘଟଣା ଘଟିଥିଲା। ୧୧ କେଭି ବିଦ୍ୟୁତ୍ ତାର ଲାଗି ଏକ ବସ ଜଳିଯାଇଥିଲେ। ଫଳରେ ୯ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଥିଲା। ଘଟଣାସ୍ଥଳରେ ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଏମକେସିଜି ମେଡିକାଲରେ ଅନ୍ୟ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ୩୫ରୁ ଅଧିକ ଗୁରୁତର ଭାବେ ଆହତ ହୋଇଥିଲେ।

- Advertisement -

ଏକ ନିର୍ବନ୍ଧ ଉତ୍ସବରେ ଯୋଗ ଦେବାକୁ ୪୦ରୁ ଅଧିକ ବରଯାତ୍ରୀଙ୍କୁ ନେଇ ଘରୋଇ ବସ (ସିଲକି ସିଟି) ବ୍ରହ୍ମପୁର ଗୋଳନ୍ଥରା ଥାନା ଡଙ୍କଲପାଟୁରୁ ଚିକରଡାକୁ ଯାଉଥିଲା। ବସରେ ତେଲୁଗୁ ସମ୍ପ୍ରଦାୟର ଲୋକେ ଥିଲେ। ମେଣ୍ଡରାଜପୁର ନିକଟରେ ଗାଁ ରାସ୍ତାରେ ଯାଉଥିବା ବେଳେ ବସଟି ୧୧କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲା। ଫଳରେ ବସଟି ହଠାତ ଜଳି ଉଠିଥିଲା। ଗାଡିରେ ଥିବା ଲୋକେ ଜୀବନ ବିକଳରେ ଚିତ୍କାର କରିବା ସହ ବାହରକୁ ବାହାରିବାକୁ ଚେଷ୍ଟା କରିଥିଲେ । ହେଲେ ବସଟି ବିଦ୍ୟୁତ ସଂଯୋଗ ଥିବାରୁ କେହି ସହଜରେ ବାହାରି ପାରିନଥିଲେ। ଏପରିକି ବସ ଭିତରେ ଦଳାଚକଟା ଭଳି ପରିସ୍ଥିତି ସୃଷ୍ଟି ହୋଇଥିଲା। ଲୋକଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ଆସି ବିଦ୍ୟୁତ ସଂଯୋଗ କାଟିବା ସହ ବସରୁ ନିଆଁ ଲିଭାଇବାକୁ ଚେଷ୍ଟା କରିଥିଲେ। ଖବରପାଇ ପୁଲିସ, ଦମକଳ ଓ ଆମ୍ବୁଲାନ୍ସ ପହଞ୍ଚି ଉଦ୍ଧାର କାଯ୍ୟରେ ସହଯୋଗ କରିଥିଲା। ୧୦ରୁ ଉର୍ଦ୍ଧ୍ୱ ଆମ୍ବୁଲାନ୍ସ, ୫ରୁ ଅଧିକ ଦମକଳ ଓ ୧୦ରୁ ଅଧିକ ପୁଲିସ ଗାଡି ଉଦ୍ଧାର କାର୍ୟ୍ୟରେ ନିୟୋଜିତ ହୋଇଥିଲେ।ତେବେ ଗାଡିରେ ଥିବା ସମସ୍ତ ୪୦ଜଣ ଯାତ୍ରୀ ଗୁରୁତର ଆହତ ହୋଇଥିବା ଜଣାପଡିଥିଲେ। ସେମାନଙ୍କ ମଧ୍ୟରୁ ଦୁଇଜଣ ମହିଳା ଓ ଜଣେ ଶିଶୁର ଅବସ୍ଥା ସଙ୍କଟାପନ୍ନ ରହିଥିଲା। ହସ୍ପିଟାଲରେ ତିନି ଜଣଙ୍କର ମୃତ୍ୟୁ ଘଟିଥିଲା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories