www.samajalive.in
Monday, December 15, 2025
14.1 C
Bhubaneswar

ଆଜି ଶପଥ ନେବେ ନୂଆ ବିଚାରପତି ସଞ୍ଜୀବ କୁମାର ପାଣିଗ୍ରାହୀ

କଟକ  : ଓଡ଼ିଶା ହାଇକୋର୍ଟର ନୂତନ ବିଚାରପତି ଭାବେ ସଞ୍ଜୀବ କୁମାର ପାଣିଗ୍ରାହୀ ଆଜି ଶପଥ ଗ୍ରହଣ କରିବେ। ହାଇକୋର୍ଟର ପୁରୁଣା କୋଠାରେ ରହିଥିବା ନୂତନ ସମ୍ମିଳନୀ କକ୍ଷରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ହାଇକୋର୍ଟ କାର୍ଯ୍ୟକାରୀ ମୁଖ୍ୟବିଚାରପତି ଜଷ୍ଟିସ ସଞ୍ଜୁ ପଣ୍ଡା ଶ୍ରୀ ପାଣିଗ୍ରାହୀଙ୍କୁ ଶପଥ ପାଠ କରାଇବେ। ବଲାଙ୍ଗୀର ସଦର ବ୍ଲକ ବାରପୁଡୁଗିଆ ଗ୍ରାମର ନିମାଇଁଚରଣ ପାଣିଗ୍ରାହୀ ଓ ମନ୍ଦାକିନୀ ପାଣିଗ୍ରାହୀଙ୍କ ପୁତ୍ର ହେଉଛନ୍ତି ସଞ୍ଜୀବ କୁମାର ପାଣିଗ୍ରାହୀ। ତାଙ୍କର ପ୍ରାଥମିକ ପାଠପଢା ଗାଁ ସ୍କୁଲରେ ହୋଇଥିଲା। ପରେ ସେ ଖୁଣ୍ଟପାଲି ସରକାରୀ ବିଦ୍ୟାଳୟରେ ପଢିଥିଲେ। ପରେ ରାଜେନ୍ଦ୍ର କଲେଜରୁ ଉଚ୍ଚଶିକ୍ଷା ସମାପ୍ତ କରିଥିଲେ। ବେଙ୍ଗାଲୁରୁରୁ ସେ ଏଲଏଲଏମ୍ ପାଠ୍ୟକ୍ରମ ଶେଷ କରିଥିଲେ। ଓକିଲାତି ଲାଇସେନ୍ସ ପାଇବା ପରେ କିଛିଦିନ ହାଇକୋର୍ଟରେ ଓକିଲାତି କରିବା ପରେ ସେ ସୁପ୍ରିମକୋର୍ଟରେ ଆଇନଜୀବୀ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ।

ସୁପ୍ରିମକୋର୍ଟର ତତ୍କାଳୀନ ପ୍ରଧାନବିଚାରପତି ଜଷ୍ଟିସ ରଞ୍ଜନ ଗୋଗୋଇ, ଜଷ୍ଟିସ୍ ଏସ୍.ଏ.ବୋବ୍‌ଡେ ଓ ଜଷ୍ଟିସ ଏନ୍‌.ଭି.ରମନାଙ୍କୁ ନେଇ ଗଠିତ କଲେଜିୟମ ଶ୍ରୀ ପାଣିଗ୍ରାହୀଙ୍କ ନାଁ ବିଚାରପତି ପଦ ପାଇଁ ୨୦୧୯, ଅକ୍ଟୋବର ୩ରେ ସୁପାରିସ କରିଥିଲା। ଏଥି ସହିତ ଜଷ୍ଟିସ ବିଭୁପ୍ରସାଦ ରାଉତରାୟଙ୍କ ନାଁ ମଧ୍ୟ ସୁପ୍ରିମକୋର୍ଟ କଲେଜିୟମ ଅକ୍ଟୋବର ୩ରେ ସୁପାରିସ କରିଥିଲା। ୨୦୧୯, ମେ’ ୭ରେ ଆଇନଜୀବୀ ସଂଜୀବ କୁମାର ପାଣିଗ୍ରାହୀଙ୍କ ସମେତ ୮ ଜଣ ଆଇନଜୀବୀଙ୍କ ନାଁ ଓଡ଼ିଶା ହାଇକୋର୍ଟର ମୁଖ୍ୟବିଚାରପତି ସୁପ୍ରିମକୋର୍ଟଙ୍କ ନିକଟକୁ ପଠାଇଥିଲେ। ଅକ୍ଟୋବର ୩ରେ ସୁପ୍ରିମକୋର୍ଟ କଲେଜିୟମ ଶ୍ରୀ ପାଣିଗ୍ରାହୀଙ୍କ ନାଁ ଗ୍ରହଣ କରି ନିଯୁକ୍ତି ପାଇଁ ସୁପାରିସ କରିଥିଲା। ୨୦୧୯, ଅକ୍ଟୋବର ୩ରେ ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଁ ଶ୍ରୀ ପାଣିଗ୍ରାହୀଙ୍କ ନାଁ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ କରିଥିବା ବେଳେ ଗତ ୭ତାରିଖରେ ତାଙ୍କ ନିଯୁକ୍ତି ନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଶ୍ରୀ ପାଣିଗ୍ରାହୀଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ରାଷ୍ଟ୍ରପତି ନିଯୁକ୍ତି ପ୍ରଦାନ କରିଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏବେ ହାଇକୋର୍ଟର ବିଚାରପତିଙ୍କ ସଂଖ୍ୟା ୧୪ରେ ପହଞ୍ଚିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories