www.samajalive.in
Tuesday, December 9, 2025
15.1 C
Bhubaneswar

ମଙ୍ଗଳବାର ରାଶିଫଳ (୧୧.୦୨.୨୦୨୦)

ମେଷ: ନିଜ ସମ୍ମାନକୁ ଜଗି ଚଳିବାକୁ ପଡ଼ିବ। ଧର୍ମକାର୍ଯ୍ୟରେ ମନୋନି​‌ବେଶ କରିପାରନ୍ତି। ଧନବାନ୍‍ ହେବେ। ଶତ୍ରୁ ବିଜୟୀ ହୋଇପାରନ୍ତି। ଦେବ-ବ୍ରାହ୍ମଣ ଭକ୍ତ ହେବେ। କୃଷି ବଳରେ ବଳୀୟାନ୍‍ ହେବେ। ନୀତିନିଷ୍ଠ ହୋଇପାରନ୍ତି।

ବୃଷ: ସୁସମ୍ବାଦ ପାଇ ଖୁସି ହେବେ। ମନ ପ୍ରଫୁଲ୍ଲ ରହିବ। ପାରିବାରିକ ସୁଖ, ଶାନ୍ତି ଅବ୍ୟାହତ ରହିବ। କର୍ମକ୍ଷେତ୍ରରେ ସଫଳତା ମିଳିବ। ନୃତ୍ୟ-ସଙ୍ଗୀତପ୍ରିୟ ହେବେ। ସତ୍‍କର୍ମରେ ନିଜକୁ ନିୟୋଜିତ କରିବେ। ଧାର୍ମିକ ହେବେ।

- Advertisement -

ମିଥୁନ: କାର୍ଯ୍ୟରେ ସଫଳତା ଲାଭ କରିବେ। କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି। ପାରିବାରିକ ସୁଖ ମିଳିବ। ଅର୍ଥପ୍ରାପ୍ତିର ସୂଚନା ମିଳୁଛି। ବ୍ୟକ୍ତି ବିଶେଷ ଭାବେ ପ୍ରତିଷ୍ଠା ଲାଭ କରିବେ। ବ୍ୟବସାୟ ଲାଭଜନକ ହେବ। ବିବାଦରେ ବିଜୟୀ ହେବେ।

କର୍କଟ: ଅତ୍ୟଧିକ ପରିଶ୍ରମ ଯୋଗୁଁ କ୍ଲାନ୍ତ ହେଲେ ବି, ଶ୍ରମ ସାର୍ଥକ ହେବ। ବିଭିନ୍ନ ସ୍ତରରୁ ସହଯୋଗ ମିଳିବ। ଚିନ୍ତାମୁକ୍ତ ହୋଇପାରନ୍ତି। ବିବିଧ ଧନଯୁକ୍ତ ହୋଇପାରନ୍ତି। ତ୍ୟାଗପୁତ ମନୋବୃତ୍ତି ଗ୍ରହଣ କରିବେ। ଚଞ୍ଚଳମନା ଓ ଅତିସୁଖୀ ହେବେ।

ସିଂହ: ଶ୍ରୀଚନ୍ଦ୍ର ଭୋଗହେତୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। କର୍ମ ତତ୍ପରତା ପ୍ରକାଶ ପାଇବ। ଧନଯୁକ୍ତ ହେବେ। ଗୁଣବାନ୍‍ ହୋଇପାରନ୍ତି। ଉପାର୍ଜନର ମାତ୍ରା ବୃଦ୍ଧି ପାଇବ। ବଳିଷ୍ଠ ଓ ରୂପବାନ୍‍ ହେବେ। ସ୍ୱାସ୍ଥ୍ୟ ଅତୁଟ ରହିବ।

କନ୍ୟା: ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। ଚିନ୍ତାଧାରା ଉନ୍ନତମାନର ହେବ। ଅତିଥି ଅଭ୍ୟାସଗତଙ୍କ ପାଇଁ ଖର୍ଚ୍ଚାନ୍ତ ହୋଇପାରନ୍ତି। ବିଭିନ୍ନ ସ୍ତରରୁ ଅର୍ଥାଗମ ହେବ। କଥାଶୈଳୀରେ ପରକୁ ଆପଣାର କରିବେ।

ତୁଳା: ଆୟ ଆଶାନୁରୂପ ହେବ। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି। ଧର୍ମ-ଧାରଣା ଭଳି ଉତ୍ସର୍ଗୀକୃତ ମନୋଭାବର ହେବେ। କାର୍ଯ୍ୟରେ ସଫଳତା ଲାଭ କରିବେ। ବ୍ୟବସାୟ ଲାଭଜନକ ହେବ। ସରକାରୀ କୃପା ମିଳିବ।

ବିଛା: ଆୟ ପରିମାଣ ବୃଦ୍ଧି ପାଇବ। ଉଚ୍ଚଆଶା ଫଳବତୀ ହେବ। କର୍ମତତ୍ପରତା ପ୍ରକାଶ ପାଇବ। ଭାଗ୍ୟବାନ୍‍ ହେବେ। ବନ୍ଧୁ ସହଯୋଗ ପାଇ ଖୁସି ହେବେ। ପାରିବାରିକ ସୁଖ, ଶାନ୍ତି ଅବ୍ୟାହତ ରହିବ। ବ୍ୟବସାୟରେ ଢ଼େର ଉନ୍ନତି ଘଟିବ।

ଧନୁ: ପାରସ୍ପରିକ ସଂପର୍କ ଦୃଢ଼ ହେବାରୁ ବନ୍ଧୁଙ୍କ ଦ୍ୱାରା ଉପକୃତ ହେବେ। ପରୋପକାରୀ ହେବେ। କାର୍ଯ୍ୟ ହାସଲ କରିବାକୁ ସକ୍ଷମ ହେବେ; ମାତ୍ର ବିଳମ୍ବରେ। ସୁଖ-ସମୃଦ୍ଧିର ମୂଳଦୁଆ ପଡ଼ିବ। ଜନୈକା ମହିଳାଙ୍କ ସହଯୋଗରେ ଉପକୃତ ହେବେ।

ମକର: ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡ଼ିବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସ୍ୱାଭିମାନୀ ହେବେ। ଉଚ୍ଚସ୍ଥାନ ଆରୋହଣ ଓ ଜଳଯାତ୍ରା ନ କରିବା ଭଲ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ସ୍ୱାସ୍ଥ୍ୟ ପାଇଁ ଆଶ୍ୱାସନା ମିଳିବ।

କୁମ୍ଭ: କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ବିଭିନ୍ନ ସ୍ତରରୁ ଆଶା କରୁଥିବା ସହଯୋଗ ପାଇ ଖୁସି ହେବେ। ସାଧନାର ସିଦ୍ଧିପ୍ରାପ୍ତ ହେବେ। ମୂଲ୍ୟବାନ୍‍ ଦ୍ରବ୍ୟ ଲାଭ ହେବାର ସୂଚନା ମିଳୁଛି। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି।

ମୀନ: ପୂର୍ବରୁ ବନ୍ଧୁ ସହଥିବା ସଂପର୍କ ଦୃଢ଼ିଭୂତ ହେବ। ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ଦ୍ରବ୍ୟ ଲାଭର ସୂଚନା ମିଳୁଛି। କର୍ମକ୍ଷେତ୍ରରୁ ସଫଳତା ମିଳିବ। ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିବେ। ଶକ୍ତିମାନହେବେ। ଶତ୍ରୁ ଦମନ କରି ଆଶ୍ୱସ୍ତ ହେବେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories