www.samajalive.in
Monday, December 8, 2025
24.1 C
Bhubaneswar

ଭିଡ଼ରେ ଫସିଗଲା ଆମ୍ବୁଲାନ୍ସ, ଚାଲିଗଲା ଶିଶୁପୁତ୍ର ଜୀବନ

ଭୁବନେଶ୍ବର :  ରାସ୍ତା ଜାମ୍ ପାଇଁ ଭୁବନେଶ୍ବରରେ ସୋମବାର ଜଣେ ଶିଶୁ ପୁତ୍ରର ମୃତ୍ୟୁ ଘଟିଛି। ଆମ୍ବୁଲାନ୍ସ ଭିଡରେ ଫସିବା କାରଣରୁ  ଶିଶୁ ପୁତ୍ରର ମୃତ୍ୟୁ ହୋଇଥିବା ପରିବାରଲୋକେ ଅଭିଯୋଗ କରିଛନ୍ତି।

ସୂଚନା ଅନୁଯାୟୀ, ଏକ ୫ ବର୍ଷର ଶିଶୁପୁତ୍ରର ପ୍ରବଳ ବାନ୍ତି ହେବାରୁ ପରିବାର ଲୋକେ ତାକୁ କ୍ୟାପିଟାଲ ହସ୍ପିଟାଲ ଆଣିଥିଲେ। ସେଠାର ଶିଶୁପୁତ୍ରର ଅବସ୍ଥା ଗୁରୁତର ହେବାରୁ କଟକ ବଡମେଡିକାଲକୁ ରେଫର କରାଯାଇଥିଲା। କଟକ ଦୂର ବାଟ ହୋଇଥିବାରୁ  ପରିବାର ଲୋକେ ପୁଅକୁ ଏସସିବିକୁ ନ ନେଇ ଭୁବନେଶ୍ବରର ପଟିଆରେ ଥିବା ଏକ ଘରୋଇ ହସ୍ପିଟାଲକୁ ନେଉଥିଲେ। ହେଲେ ରଜଭବନ ଛକଠାରୁ ପଟିଆ ଯିବା ରାସ୍ତାର ବିଭିନ୍ନ ସ୍ଥାନରେ ଭିଡ ରହିବାରୁ ଆମ୍ବୁଲାନ୍ସ ସୁବିଧାରେ ଯାଇପାରି ନ ଥିଲା। ବିଭିନ୍ନ ଜାଗାରେ ଆମ୍ବୁଲାନ୍ସଟି ଭିଡ ଭିତରେ ଫସିଯାଇଥିଲା। ପରିବାରଲୋକେ ଆମ୍ବୁଲାନ୍ସରୁ ଓହ୍ଲାଇ ରାସ୍ତା କ୍ଲିୟର କରିବାକୁ ଚେଷ୍ଟା କରିଥିଲେ ମଧ୍ୟ ସଫଳ ହୋଇ ପାରିନ ଥିଲେ। ରାସ୍ତାରେ ଅନ୍ୟ ଗାଡି ଚାଳକମାନେ ମଧ୍ୟ ଆମ୍ବୁଲାନ୍ସଟିକୁ ବାଟ ଛାଡ଼ି ନ ଥିଲେ। ଟ୍ରାଫିକ ପୁଲିସ ବି ରୋଡ କ୍ଲିୟର କରିବାରେ ବିଫଳ ହୋଇଥିଲା। ଘରୋଇ ହସ୍ପିଟାଲରେ ପହଞ୍ଚିବାକୁ ଆମ୍ବୁଲାନ୍ସକୁ ଏକ ଘଣ୍ଟା ସମୟ ଲାଗିଥିଲା। ଶିଶୁପୁତ୍ରଟି ହସ୍ପିଟାଲରେ ପହଞ୍ଚିବା ଆଗରୁ ଅଧା ବାଟରେ ପ୍ରାଣ ହରାଇଥିଲା ବୋଲି ପରିବାରଲୋକେ ଅଭିଯୋଗ କରିଛନ୍ତି।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories