www.samajalive.in
Friday, December 12, 2025
26.1 C
Bhubaneswar

ରାଜେନ୍ଦ୍ର ପଚୌରୀଙ୍କ ପରଲୋକ

ନୂଆଦିଲ୍ଲୀ : ଶକ୍ତି ଓ ସମ୍ବଳ ପ୍ରତିଷ୍ଠାନ(ଟେରି)ର ପୂର୍ବତନ ଅଧ୍ୟକ୍ଷ ତଥା ବିଶିଷ୍ଟ ଅର୍ଥନୀତିଜ୍ଞ ରାଜେନ୍ଦ୍ର କୁମାର ପଚୌରୀଙ୍କର ଗୁରୁବାର ପରଲୋକ ହୋଇଛି। ତାଙ୍କୁ ୭୯ବର୍ଷ ହୋଇଥିଲା। ଫୁସଫୁସ୍ ସଂକ୍ରମଣ ପାଇଁ ତାଙ୍କୁ ସ୍ଥାନୀୟ ଏସ୍କଟ ହାର୍ଟ ଇନଷ୍ଟିଚ୍ୟୁଟ୍‌ରେ ଦୁଇଦିନ ହେଲା ଭର୍ତ୍ତି କରାଯାଇଥିଲା। ତାଙ୍କର ଓପନ ହାର୍ଟ ସର୍ଜରୀ କରାଯିବା ସହ ଜୀବନ ରକ୍ଷାକାରୀ ବ୍ୟବସ୍ଥାରେ ରଖାଯାଇଥିଲା। ପଚୌରୀଙ୍କ ପରଲୋକ ସମ୍ପର୍କରେ ଟେରିର ମହାନିର୍ଦେଶକ ଅଜୟ ମାଥୁର ଘୋଷଣା କରିଛନ୍ତି। ଜଣେ ମହିଳା ସହଯୋଗୀଙ୍କୁ ଯୌନ ନିର୍ଯାତନା ଦେବା ଅଭିଯୋଗ ପରେ ପଚୌରୀ ଟେରିର ମହାନିର୍ଦେଶକ ପଦରୁ ଇସ୍ତଫା ଦେଇଥିଲେ। ପଚୌରୀ ୨୦୦୨ରୁ ୨୦୧୫ ପର୍ଯ୍ୟନ୍ତ ଜାତିସଂଘର ଇଣ୍ଟର ଗଭର୍ଣ୍ଣମେଣ୍ଟ ପ୍ୟାନେଲ ଅନ କ୍ଲାଇମେଟ ଚେଞ୍ଜ (ଆଇପିସିସି)ର ଅଧ୍ୟକ୍ଷ ଥିଲେ। ତାଙ୍କ ଅଧ୍ୟକ୍ଷତା ସମୟରେ ୨୦୦୭ରେ ଆଇପିସିସି ନୋବେଲ ଶାନ୍ତି ପୁରସ୍କାର ପାଇଥିଲା। ପଚୌରୀ ଏହି ନୋବେଲ ପୁରସ୍କାର ଗ୍ରହଣ କରିଥିଲେ। ୨୦୦୮ରେ ତାଙ୍କୁ ଭାରତ ସରକାର ପଦ୍ମବିଭୂଷଣ ପୁରସ୍କାର ପ୍ରଦାନ କରିଥିଲେ। ୧୯୪୦ ଅଗଷ୍ଟରେ ଉତ୍ତରାଖଣ୍ଡର ନୈନିତାଲରେ ସେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କର ପତ୍ନୀ ଓ ୨ ଝିଅ ଅଛନ୍ତି।

Hot this week

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

Related Articles

Popular Categories