www.samajalive.in
Friday, December 12, 2025
15.1 C
Bhubaneswar

ଶନିବାର ରାଶିଫଳ ୧୫। ୦୨।୨୦୨୦

ମେଷ: ଶୀଘ୍ର କାର୍ଯ୍ୟ ଶେଷ କରିବାକୁ ଉଦ୍ୟମ କରିବେ। ଆମୋଦ-ପ୍ରମୋଦରେ ସମୟ ବିତାଇ ପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ମନ ବଳିବ। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହୋଇପାରନ୍ତି।
ବୃଷ: ଶ୍ରେଷ୍ଠ ସମ୍ମାନରେ ସମ୍ମାନିତ ହେବେ। ମନ ଚଞ୍ଚଳ ରହିବ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଅବିବାହିତମାନଙ୍କର ବିବାହ ସ୍ଥିର ହେବ।
ମିଥୁନ: ବୁଝି-ବିଚାରି କାର୍ଯ୍ୟ କରିବାକୁ ହେବ। ସୁଖ-ସମ୍ଭୋଗର ଦିନଟି ଆଜି। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ଆଗ୍ରହୀ ହେବେ। ବ୍ୟବସାୟ ଲାଭଜନକ ହେବ।
କର୍କଟ: କଳହଠାରୁ ଦୂରେଇ ରହିପାରନ୍ତି। ଉଦାର ପ୍ରକୃତିର ଓ ଦାନଶୀଳ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହୋଇପାରନ୍ତି।
ସିଂହ: ଅନ୍ୟ ପାଇଁ ଜାମିନ୍‌ଦାର ହୋଇପାରନ୍ତି। ଉଚ୍ଚ ସମ୍ମାନ ଲାଭ କରିବେ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ୱଭାବର ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିବେ। ପ୍ରେମୀ ଓ ସାହସୀ ହେବେ।
କନ୍ୟା: ନିର୍ଭରଶୀଳ ହେବେ। ଭାଗ୍ୟୋଦୟ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। ବ୍ୟକ୍ତିତ୍ୱର ବିକାଶ ଘଟିବ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଉଦାର ବିଦ୍ୟାପ୍ରେମୀ ହେବେ। ଲକ୍ଷ୍ମୀ ପ୍ରାପ୍ତି।
ତୁଳା: ପରିବାରର କଲ୍ୟାଣଭାଜନ ହେବେ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଅମୃତତୁଲ୍ୟ ଆଦର ମିଳିବ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହୋଇ ଧନଲାଭ କରିପାରନ୍ତି।
ବିଛା: ଶୁଭକାର୍ଯ୍ୟରେ ଅଧିକ ବ୍ୟୟ କରିପାରନ୍ତି। ଦ୍ରବ୍ୟ ନଷ୍ଟର ସମ୍ଭାବନା ଅଛି। ଥଣ୍ଡା-କଫରେ ସାମାନ୍ୟ ପୀଡ଼ା ଅନୁଭବ କରିବେ। ଚଞ୍ଚଳ ସ୍ୱଭାବର ହେବେ। ଏକାନ୍ତରେ ସମୟ କଟାଇବାକୁ ଇଚ୍ଛା କରିପାରନ୍ତି। ମଧୁରଭାଷାରେ ପରକୁ ଆପଣାର କରିବେ।
ଧନୁ: ଯାହାଇଚ୍ଛା କରୁଥିବେ ତାହା ମିଳିପାରେ। ଆୟ ଆଶାନୁରୂପ ହେବ। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଦାମ୍ପତ୍ୟ ସୁଖ ମିଳିବ।
ମକର: ନିର୍ଭରଶୀଳ ନହୋଇ ନିଜ ବୁଦ୍ଧି ବଳରେ କାର୍ଯ୍ୟ କରିବେ। କାର୍ଯ୍ୟରେ ସଫଳତା ଲାଭ କରିବେ। କୁଳ ଉଜ୍ଜ୍ୱଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ ଓ ଯଶସ୍ୱୀ ହେବେ।
କୁମ୍ଭ: ଧର୍ମ-କର୍ମ ସଂପାଦନ କରିପାରନ୍ତି। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସହାନୁଭୂତିଶୀଳ ହେବେ। ଭାଗ୍ୟଶାଳୀ ହେବେ। ଦିନଟି ଭୋଗବିଳାସରେ ଅତିବାହିତ ହେବ। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି। ଧର୍ମାତ୍ମା, ବିଦ୍ୱାନ୍‍, ସାହସୀ ହେବେ।
ମୀନ: ଇଚ୍ଛା କରୁଥିବା କାର୍ଯ୍ୟଟି ହାତରୁ ଖସି ଯାଇପାରେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଈର୍ଷା ପରାୟଣ ହୋଇପାରନ୍ତି। ସ୍ୱାଭିମାନୀ ହେବେ ଓ ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମଚନ୍ଦ୍ର ଯୋଗୁଁ ସତର୍କ ରହିବେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories