www.samajalive.in
Monday, December 8, 2025
27.1 C
Bhubaneswar

ତ୍ରାଲରେ ଏନକାଉଣ୍ଟର, ୩ ଆତଙ୍କୀ ନିହତ

ଜାମ୍ମୁ: ଜାମ୍ମୁ-କାଶ୍ମୀରର ପୁଲୱାମା ଜିଲାର ତ୍ରାଲ ଅଞ୍ଚଳରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟି ୩ ଆତଙ୍କୀ ନିହତ ହୋଇଛନ୍ତି। ଘଟଣା ପରେ ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନକୁ ଜୋରଦାର କରାଯାଇଛି। ନିହତ ଆତଙ୍କବାଦୀମାନେ ଅନ୍‌ସାର ଗଜୱା ଅଲ୍‌ ହିନ୍ଦ ସଂଗଠନର ବୋଲି ଜଣାପଡ଼ିଛି।

ସୂଚନା ଅନୁସାରେ, ପୁଲୱାମା ଜିଲାର ତ୍ରାଲ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିବା ପରେ ମଙ୍ଗଳବାର ବିଳମ୍ବିତ ରାତିରେ ସେନା ଏବଂ ପୁଲିସ ପକ୍ଷରୁ ମିଳିତ ଭାବେ ସର୍ଚ୍ଚ ଅପରେଶନ କରାଯାଇଥିଲା। ଏହି ସମୟରେ ଆତଙ୍କବାଦୀମାନେ ଯବାନଙ୍କ ଉପରକୁ ଗୁଳି ଚଳାଇବାରୁ ଏନକାଉଣ୍ଟର ଘଟିଥିଲା। ନିହତ ୩ ଆତଙ୍କୀ ହେଲେ ରଫିକ୍‌ ୱାନୀ, ରାଜା ଉମର ମକବୁଲ ଭଟ ଏବଂ ଉଜୈର ଅମିନ ଭଟ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories