www.samajalive.in
Monday, December 8, 2025
14.1 C
Bhubaneswar

ଶନିବାର ପ୍ରଥମ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

-ଉଦଘାଟନୀ ସମାରୋହରେ ଯୋଗଦେବେ କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ
-୧୭ଟି ଶ୍ରେଣୀରେ ଭାଗନେବେ ଦେଶର ୧୫୦ ବିଶ୍ୱବିଦ୍ୟାଳୟର ୩୫୦୦ କ୍ରୀଡାବିତ

ନୂଆଦିଲ୍ଲୀ :  ଓଡ଼ିଶାରେ ଅନୁଷ୍ଠିତ ହେଉଥିବା ଦେଶର ସର୍ବ ପ୍ରଥମ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାକୁ ଶନିବାର ଅର୍ଥାତ (ଆସନ୍ତାକାଲି) ଭିଡିଓ କନଫରେନ୍ସିଂ ଜରିଆରେ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ। କଟକର ଜବାହରଲାଲ ନେହରୁ ଇଣ୍ଡୋର ଷ୍ଟାଡିୟମଠାରେ ଉଦଘାଟନୀ ସମାରୋହରେ କେନ୍ଦ୍ର କ୍ରୀଡା ଓ ଯୁବ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ କିରେନ ରିିିଜିଜୁ ମଧ୍ୟ ଉପସ୍ଥିତ ରହିବେ।

Image : pmindia.gov.in

ଓଡ଼ିଶା ରାଜ୍ୟ ସରକାରଙ୍କ ସହଯୋଗରେ ଭାରତ ସରକାର ଏହି ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡାର ଆୟୋଜନ କରିଛନ୍ତି। ଦେଶର ତୃଣମୂଳ ସ୍ତରରେ କ୍ରୀଡା ସଂସ୍କୃତିକୁ ଉଦଜୀବିତ କରିବା ତଥା ଦେଶରେ ସବୁ ପ୍ରକାର କ୍ରୀଡ଼ାର ଏକ ସୁଦୃଢ଼ ଭିତିଭୂମି ସ୍ଥାପନ କରିବା ଏହି ଖେଲୋ ଇଣ୍ଡିଆ କାର୍ଯ୍ୟକ୍ରମର ଲକ୍ଷ୍ୟ। ଏହି କ୍ରୀଡା ପ୍ରତିଯୋଗିତା ଭୁବନେଶ୍ୱର ଓ କଟକର ବିଭିନ୍ନ ସ୍ଥାନରେ ମାର୍ଚ୍ଚ ପହିଲା ପର୍ଯ୍ୟନ୍ତ ଚାଲିବ।

- Advertisement -
PIc. Courtesy : freepressjournal

ବିଶ୍ୱବିଦ୍ୟାଳୟ ସ୍ତରରେ ଏହା ଦେଶର ସର୍ବବୃହତ ପ୍ରତିଯୋଗିତା। ଦେଶର ୧୫୦ ବିଶ୍ୱବିଦ୍ୟାଳୟରୁ ପ୍ରାୟ ସାଢ଼େ ୩ ହଜାର କ୍ରୀଡାବିତ ଏଥିରେ ଅଂଶଗ୍ରହଣ କରୁଛନ୍ତି। ଏଥିରେ ମୋଟ ୧୭ଟି କ୍ରୀଡା ଶ୍ରେଣୀ ରହିଛି। ସେଗୁଡିକ ହେଲା ତୀରନ୍ଦାଜୀ, ଦୌଡକୁଦ, ମୁଷ୍ଠିଯୁଦ୍ଧ, ଅଶୀଚାଳନା, ଜୁଡୋ,
ସନ୍ତରଣ, ଭାରତୋଳନ, କୁସ୍ତି, ବ୍ୟାଡମିଣ୍ଟନ, ବାସ୍କେଟ ବଲ, ଫୁଟବଲ, ହକି, ଟେବୁଲ ଟେନିସ,ଟେନିସ, ଭଲିବଲ, ରଗବୀ ଏବଂ କବାଡ଼ି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories