www.samajalive.in
Saturday, December 13, 2025
14.1 C
Bhubaneswar

ଟ୍ରକ-ପିକଅପ ଭ୍ୟାନ ଧକ୍କାରେ ମୃତ୍ୟୁ ସଂଖ୍ୟା ୪ ; ୬ ଗୁରୁତର

ସୁୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ଥାନା ଅନ୍ତର୍ଗତ ମେଟାକାନୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଟ୍ରକ-ପିକଅପ ଭ୍ୟାନ ଧକ୍କାରେ ହୋଇଥିବା ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି ପାଇଛି। ବୁର୍ଲାରେ ଚିକିତ୍ସାଧୀନ ପିକଅପ ଭ୍ୟାନ ଚାଳକ ସମେତ ବ୍ୟାଣ୍ଡପାର୍ଟିର ୨ ଜଣ ଓ ଅନ୍ୟଙ୍କର ମୃତ୍ୟୁ ହୋଇଛି। ଭ୍ୟାନରେ ଥିବା ବ୍ୟାଣ୍ଡପାର୍ଟିର ଅନ୍ୟ ୬ ଜଣ ଗୁରୁତର ଏବେ ମଧ୍ୟ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।। ସୂଚନା ଅନୁଯାୟୀ, ସୋନପୁର-ସମ୍ବଲପୁର ରାସ୍ତାର ମେଟାକାନିରେ ହୋଇଥିବା ଏହି ଦୁର୍ଘଟଣାରେ ପ୍ରଥମେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭  ଜଣ ଚିକିତ୍ସାଧୀନ ଅବସ୍ଥାରେ ଥିଲେ। ଉଲୁଣ୍ଡାରୁ ସମ୍ବଲପୁର ଅଭିମୁଖେ ଯାଉଥିବା ଉକ୍ତ ପିକଅପ ଭ୍ୟାନଟିର ବିପରୀତ ଦିଗରୁ ଆସୁଥିବା ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଖବର ପାଇ ପୁଲିସ ଓ ଦମକଳ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ସଭିଁଙ୍କୁ ଉଦ୍ଧାର କରିଥିଲେ। ପୁଲିସ ଦୁର୍ଘଟଣାଗ୍ରସ୍ତ ଟ୍ରକ ଓ ଭ୍ୟାନକୁ ଜବତ କରିଛି। ଟ୍ରକର ଚାଳକ ଫେରାର ଥିବା ବେଳେ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।

Hot this week

ଭେଣ୍ଟିଲେଟରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆ

ଢାକା: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ବେଗମ ଖାଲେଦା ଜିଆଙ୍କ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ...

ମେସିଙ୍କୁ ଦେଖିବା ପାଇଁ ଏୟାରପୋର୍ଟରେ ଅସମ୍ଭାଳ ଭିଡ; ଦେଖନ୍ତୁ ଭିଡ଼ିଓ

ସମାଜ ଡିଜିଟାଲ ଡେସ୍କ: ତିନି ଦିନିଆ ଭାରତ ଗସ୍ତରେ ଆସି କଲକାତା...

ଜନଗଣନା ପାଇଁ ୧୧,୭୧୮ କୋଟି ଟଙ୍କା ମଞ୍ଜୁର

ନୂଆଦିଲ୍ଲୀ: ଭାରତର ଜନଗଣନା ୨୦୨୭ ପାଇଁ ୧୧,୭୧୮. ୨୪ କୋଟି ଟଙ୍କାର...

ଇଣ୍ଡିଗୋରେ ପୁଣି ସଂକଟ; ୧୬୦ ବିମାନ ବାତିଲ

ନୂଆଦିଲ୍ଲୀ: ବିମାନ ପରିଚାଳନା ବ୍ୟବସ୍ଥା ସ୍ବାଭାବିକ ହେବା ନେଇ ଘରୋଇ ଏୟାରଲାଇନ୍ସ...

ଭାରତରେ ଲିଓନେଲ୍‌ ମେସି

ସମାଜ ଡିଜିଟାଲ ଡେସ୍କ: ଭାରତରେ କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସି...

Related Articles

Popular Categories